ଜାମଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଜାତୀୟ ଯୁବ ଦିବସ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ଜାମଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଧ୍ୟକ୍ଷ ଶିବ ଶଙ୍କର ଉଦ୍‌ଗାତାଙ୍କ ସଭାପତିତ୍ୱରେ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା । ବିଦ୍ୟାଳୟର ଅବସରପ୍ରାପ୍ତ ଇତିହାସ ଅଧ୍ୟାପକ ଡ. ଶୁଶାନ୍ତ କୁମାର ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ସ୍ୱାମୀ ବିବେକାନନ୍ଦଙ୍କ ଫଟୋଚିତ୍ରରେ ପୁଷ୍ପ ଅର୍ପଣ ପୂର୍ବକ ଦୀପ ପ୍ରଜ୍ଜଳନ କରିଥିଲେ ଓ ସଫଳ ଯୁବକମାନଙ୍କ ଦୃଷ୍ଟାନ୍ତ ଦେଇ ସ୍ୱାମୀ ବିବେକାନନ୍ଦଙ୍କ ଆଦର୍ଶରେ ଅନୁପ୍ରାଣିତ ହେବା ପାଇଁ ବକ୍ତବ୍ୟ ରଖିଥିଲେ । ଇଂରାଜୀ ଅଧ୍ୟାପକ ହେମସାଗର ସ୍ୱାଇଁ ମୁଖ୍ୟ ବକ୍ତା ଭାବରେ ସ୍ୱାମୀ ବିବେକାନନ୍ଦଙ୍କ ଆଦର୍ଶରେ ଛାତ୍ରଛାତ୍ରୀମାନେ ଅନୁପ୍ରାଣିତ ହେବା ସହିତ ନିଜର ରାଜ୍ୟର ତଥା ଦେଶର ସର୍ବାଙ୍ଗୀନ ଉନ୍ନତି କ୍ଷେତ୍ରରେ ଅଗ୍ରସର ହେବା ପାଇଁ ପ୍ରେରଣା ଦେଇଥିଲେ । ଓଡିଆ ଅଧ୍ୟାପକ ଦାଶରଥୀ ପଟେଲ ସଭା ସଂଯୋଜକ ଭାବେ ସଭା ପରିଚାଳନା କରିଥିବା ବେଳେ ସଂସ୍କୃତ ଅଧ୍ୟାପକ ସି.ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ । ଏଥିରେ ବିଦ୍ୟାଳୟର ସମସ୍ତ କର୍ମଚାରୀ ତଥା ଛାତ୍ରଛାତ୍ରୀମାନେ ଉପସ୍ଥିତ ରହି ଜାତୀୟ ଯୁବ ଦିବସ ସଭାକୁ ସାଫଲ୍ୟ ମଣ୍ଡିତ କରିଥିଲେ ।

Leave A Reply

Your email address will not be published.