ବଲାଙ୍ଗିର ଖୁଜେନ୍‌ପାଲି ପାଖ ରେଳ ଧାରଣାରୁ ଜିଲ୍ଲା ବଣିକ ସଂଘ ସଭାପତି ତ୍ରିପୁରାରୀ ପାଣିଗ୍ରାହୀଙ୍କ ମୃତଦେହ ଠାବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଖୁଜେନ୍‌ପାଲି ପାଖ ରେଳ ଧାରଣାରୁ ଜଣେ ବ୍ୟକ୍ତିଙ୍କ ଶବ ଉଦ୍ଧାର କରାଯାଇଥିବା ଜଣାପଡିଛି । ତେବେ ବ୍ୟକ୍ତି ଜଣକ ବଲାଙ୍ଗିର ଜିଲ୍ଲା ବଣିକ ସଂଘ ସଭାପତି ତ୍ରିପୁରାରୀ ପାଣିଗ୍ରାହୀ ବୋଲି କୁହାଯାଉଛି । ଘଟଣାସ୍ଥଳରେ ଜିଆର୍‌ପି ପୋଲିସ ପହଞ୍ଚି ଶବ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଥିବା ସୂଚନା ମିଳିଛି । ତେବେ ସେ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ କେହି ହତ୍ୟା କରି ରେଳ ଧାରଣାରେ ଫିଙ୍ଗି ଦେଇଛି ସେ ଦିଗରେ ଛାନ୍‌ଭିନ୍‌ କରୁଛି ପୋଲିସ । ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଘଟଣାର ସତ୍ୟାସତ୍ୟ ସାମ୍‌ନାକୁ ଆସିବ ବୋଲି କୁହାଯାଉଛି ।

Leave A Reply

Your email address will not be published.