ଟିଟିଲାଗଡରୁ ଗଡିଲା ପାଣି ପଞ୍ଚାୟତ ରଥ : ପତାକା ଦେଖାଇ ଶୁଭାରମ୍ଭ କଲେ ଜଳ ସମ୍ପଦ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ବଲାଙ୍ଗିର ଜିଲ୍ଲାସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ ୧୬ ତାରିଖରୁ ଆରମ୍ଭ ହୋଇଯାଇଛି । ଏହି ଅବସରରେ ବଲାଙ୍ଗିର ଜିଲ୍ଲା ଟିଟିଲାଗଡ ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ପତାକା ଦେଖାଇ ଆରମ୍ଭ କରିଛନ୍ତି ଜଳ ସମ୍ପଦ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ । ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ଟିଟିଲାଗଡ ଉପଜିଲ୍ଲାପାଳ ଦୟାମୟ ପାଢୀ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ଭରତ ତାଣ୍ଡିଙ୍କ ସହ ଜଳ ସମ୍ପଦ ବିଭାଗର ବିଭିନ୍ନ ପଦାଧିକାରୀ ମୁଖ୍ୟ ଯନ୍ତ୍ରୀ, ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ଓ ଅନ୍ୟାନ୍ୟ ଉପ ଅଧିକାରୀମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.