csstore

ଖଇରାରେ କଂଗ୍ରେସ କର୍ମୀ ସମ୍ମିଳନୀ ସହ ମିଶ୍ରଣ ପର୍ବ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଖଇରାଠାରେ ଆଜି କଂଗ୍ରେସ କର୍ମୀ ସମ୍ମିଳନୀ ସହ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ କଂଗ୍ରେସ କର୍ମୀ ସମ୍ମିଳନୀରେ ବଙ୍ଗୋମୁଣ୍ଡା ବ୍ଲକ କଂଗ୍ରେସ କମିଟିର ସଭାପତି ତଥା ପୂର୍ବତନ ବ୍ଲକ ଅଧ୍ୟକ୍ଷ ଗୁରୁଚରଣ ବେହେରାଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂହ ସାଲୁଜା, ସମ୍ମାନିତ ଅତିଥି ଭାବରେ ବଙ୍ଗୋମୁଣ୍ଡା ବ୍ଲକ ଉପାଧ୍ୟକ୍ଷ କେଶବ ନାରାୟଣ ଜୈନ, ସିନ୍ଧେକେଲା ସମିତି ସଭ୍ୟ ଭୋଳାନାଥ ବେହେରା, ବଙ୍ଗୋମୁଣ୍ଡା ଜୋନ୍‌ର ଜିଲ୍ଲା ପରିଷଦ ସଦସ୍ୟ ଓମ୍‌ ପ୍ରକାଶ କୁମ୍ଭାର, ପୂର୍ବତନ ବଙ୍ଗୋମୁଣ୍ଡା ସରପଞ୍ଚ ସୁଶାନ୍ତ କୁମାର ଯୋଶୀ, ସମାଜସେବୀ ପିତାମ୍ବର ମେହେର, ଖଇରା ପଞ୍ଚାୟତ ସରପଞ୍ଚଙ୍କ ପ୍ରତିନିଧି କୃଷ୍ଣ ବାଗ, ସମିତି ସଭ୍ୟ ଉର୍ମିଲା ତାଣ୍ଡି, ବଙ୍ଗୋମୁଣ୍ଡା ବ୍ଲକ କଂଗ୍ରେସ କମିଟି ନାରୀନେତ୍ରୀ ସରିତା ଶର୍ମା, ବଙ୍ଗୋମୁଣ୍ଡା ବ୍ଲକ ଡ୍ରାଇଭର ସଂଘର ସଭାପତି ଖଗପତି ରଣା ପ୍ରମୁଖ ଉପସ୍ଥିତ ରହି ନୂତନ କର୍ମୀମାନଙ୍କୁ କଂଗ୍ରେସ ପାର୍ଟିର ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରାଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଖଇରା ଓ ବଙ୍ଗୋମୁଣ୍ଡା ଗ୍ରାମ ପଞ୍ଚାୟତ ଅଞ୍ଚଳର ଶତାଧିକ ବିଜେଡି, ବିଜେପି ପାର୍ଟିର କର୍ମୀମାନେ ଆଜି କଂଗ୍ରେସ ଦଳରେ ବିଧିବଦ୍ଧ ଭାବେ ଯୋଗଦାନ କରିଛନ୍ତି । ଏଥିରେ ବହୁ ମହିଳା ଓ ପୁରୁଷ କଂଗ୍ରେସ କର୍ମୀମାନେ ଉପସ୍ଥିତ ଥିଲେ । ଏଥିରେ ବିଭିନ୍ନ ପଞ୍ଚାୟତର ଜନ ପ୍ରତିନିଧି ଓ କଂଗ୍ରେସର ବରିଷ୍ଠ ନେତାମାନେ ସାମିଲ ହୋଇଥିଲେ ।

jayashree
Leave A Reply

Your email address will not be published.