ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ‘ନୂଆ–ଓ’ ଓଡିଆ ସାହିତ୍ୟ ପ୍ରତିଯୋଗିତା ଉଦ୍‌ଘାଟିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ ପରିସରରେ ଓଡିଶା ସରକାରଙ୍କର କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ପକ୍ଷରୁ “ବିଶ୍ୱ ଓଡିଆ ଭାଷା ସମ୍ମିଳନୀ” “ନୂଆ–ଓ” ଓଡିଆ ସାହିତ୍ୟ ପ୍ରତିଯୋଗିତା ଉଦ୍‌ଘାଟିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ତଥା ନୋଡାଲ ଅଫିସର ଡ. ଶୋଭେନ୍ଦ୍ର କୁମାର ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପରିଚାଳନା କମିଟିର ସଭାପତି ଦିବାକର ମେହେର ଯୋଗଦାନ କରି ଜଗନ୍ନାଥ ସଂସ୍କୃତି ସମ୍ପର୍କରେ ମତବ୍ୟକ୍ତ କରିଥିଲେ । ମହାବିଦ୍ୟାଳୟର ଅଧ୍ୟକ୍ଷ ନିଜର ମତପ୍ରକାଶ କରିଥିଲେ ଯେ, “ସାହିତ୍ୟ ହେଉଛି ସମାଜର ଦର୍ପଣ” ଏଣୁ ସାହିତ୍ୟ ସଂସ୍କୃତି ପରମ୍ପରାକୁ ବଞ୍ଚାଇବାକୁ ଛାତ୍ରଛାତ୍ରୀ ମାନଙ୍କୁ ଆହ୍ୱାନ ଦେଇଥିଲେ । ମଞ୍ଚାସୀନ ଅଧ୍ୟାପକ ଆଲୋକ କୁମାର ରଥ ଏବଂ ନଟବର ବେହେରା ନିଜ ନିଜ ବକ୍ତବ୍ୟ ରଖିଥିଲେ । ସର୍ବ ପ୍ରଥମେ ଜଗତର ନାଥ ଜଗନ୍ନାଥଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଦୀପ ପ୍ରଜ୍ଜ୍ୱଳନ କରିବା ସହ ବକୃତା ପ୍ରତିଯୋଗିତା ଓ ଓଡିଆ ଗୀତ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ତଥା ଅଧ୍ୟାପକ ଓ ସମସ୍ତ କର୍ମଚାରୀ ବୃନ୍ଦ ଉପସ୍ଥିତ ଥିଲେ ।

Leave A Reply

Your email address will not be published.