oom

କପିଲାଭଟା ଜିପି ହାଇସ୍କୁଲଠାରେ ବିଦ୍ୟାଳୟସ୍ତରୀୟ ଭାଷା ସାହିତ୍ୟ ଓ ସୃଜନଶୀଳତା ଉତ୍ସବ

jsmm

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ଗ୍ରାମରେ ଥିବା ଗ୍ରାମପଞ୍ଚାୟତ ଉଚ୍ଚ ବିଦ୍ୟାଳୟଠାରେ ବିଦ୍ୟାଳୟସ୍ତରୀୟ ଭାଷା ସାହିତ୍ୟ ଓ ସୃଜନଶୀତା ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସର୍ବପ୍ରଥମେ ଜଗତର ନାଥ ଜଗନ୍ନାଥଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ଦୀପ ପ୍ରଜ୍ଜ୍ୱଳନ କରିଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅରୁଣ କୁମାର ବାରିକଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ କପିଲାଭଟା ପଞ୍ଚାୟତର ସରପଞ୍ଚ ତୁଲସେ ଭୋଇ, ମୁଖ୍ୟବକ୍ତା ଭାବେ ବେଲପଡା ପଞ୍ଚାୟତ ହାଇସ୍କୁଲର ସହକାରୀ ଶିକ୍ଷକ ସମର କୁମାର ଜେନା, ସମ୍ମାନିତ ଅତିଥି ଭାବେ ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟର ଅଧ୍ୟାପକ ନଟବର ବେହେରା, ପୂର୍ବତନ ସମିତି ସଭ୍ୟ ମଧୁସୂଦନ ସାହୁ, ବିଦ୍ୟାଳୟର ପୂର୍ବତନ ସମ୍ପାଦକ ଭୁରିଶ୍ରବା ବିଶି, ଅଲଣ୍ଡା ରାଜୀବ ଗାନ୍ଧୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଧାଂଶୁ ଶେଖର ରାଉତରାୟ, ବିଦ୍ୟାଳୟ ପରିଚାଳନା ସମିତିର ସଭାପତି ଦୁର୍ଦ୍ଦକ୍ଷ ହଂସ, ଆଲୁମନି କମିଟିର ସଭାପତି ପୃଥ୍ୱୀରାଜ ବାଗ, ବଙ୍ଗୋମୁଣ୍ଡା ବ୍ଲକ ସାମ୍ବାଦିକ ସଂଘର ସମ୍ପାଦକ ହୁଲେଶ୍ୱର ହଂସ ପ୍ରମୁଖ ଅତିଥି ଭାବେ ଯୋଗଦେଇ ସାହିତ୍ୟ ହେଉଛି ସମାଜର ଦର୍ପଣ ଏଣୁ ସାହିତ୍ୟ ସଂସ୍କୃତି ପରମ୍ପରାକୁ ବଞ୍ଚାଇବାକୁ ଛାତ୍ରଛାତ୍ରୀମାନଙ୍କୁ ଅତିଥି ଆହ୍ୱାନ ଦେଇଥିଲେ । ଏହି ଅବସରରେ ବିଦ୍ୟାଳୟର ଛାତ୍ରଛାତ୍ରୀ ତଥା ଅଧ୍ୟାପକ ଓ ସମସ୍ତ କର୍ମଚାରୀ ବୃନ୍ଦ ଉପସ୍ଥିତ ଥିଲେ । ଶିକ୍ଷକ ଶିବରାମ ସ୍ୱାଇଁ ସ୍ୱାଗତ ଭାଷଣ ଦେଇଥିବା ବେଳେ ଶିକ୍ଷକ ବରୁଣ କୁମାର ବାରିକ ଧନ୍ୟବାଦ ଅର୍ପଣ କରିଥିଲେ । ଏଥିରେ ଶିକ୍ଷକ କିରଣକୁମାର ପ୍ରଧାନ, ନୀଳମଣି ବିଶି, ଯୋଗୀଚନ୍ଦ୍ର ବିଶି ପ୍ରମୁଖଙ୍କ ସହ କର୍ମଚାରୀମାନେ ସହଯୋଗ କରିଥିଲେ ।

jittmm
Leave A Reply

Your email address will not be published.