ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ବଲାଙ୍ଗିରଠାରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା ୨୦୨୪ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ବଲାଙ୍ଗିରଠାରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ଯୋଗଦାନ କରିଥିଲେ । ମୁଖ୍ୟବକ୍ତା ଭାବେ ବ୍ୟଙ୍ଗ କବି ଅଚ୍ୟୁତ ପୁରୋହିତ, ସମ୍ମାନିତ ଅତିଥି ଭାବେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଲକ୍ଷ୍ମୀ ସିଂ, ଜିଲ୍ଲା କ୍ରୀଡା ଅଧିକାରୀ ପରାଶର ବାଗ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସରୋଜ କୁମାର ସାହୁ, ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମିରଞ୍ଜନ ମିଶ୍ର, ଆଇନ ପରିବେକ୍ଷକ ଦିଗମ୍ବର କର ଉପସ୍ଥିତ ଥିଲେ । ଏହି ଉତ୍ସବରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନରେନ୍ଦ୍ର ନାଥ ମିଶ୍ରଙ୍କ ସଭାପତିତ୍ୱରେ ସଭାକାର୍ଯ୍ୟ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଶିକ୍ଷୟିତ୍ରୀ ନନ୍ଦିନୀ ସାହୁ ମଞ୍ଚ ପରିଚାଳନା କରିଥିଲେ । କ୍ରୀଡ଼ା ଶିକ୍ଷୟିତ୍ରୀ ସୁଜାତା ମଲ୍ଲିକଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ବାର୍ଷିକ କ୍ରୀଡା ଅନୁଷ୍ଠିତ ହୋଇଥିଲା । ମୁଖ୍ୟ ଅତିଥି ସାଂସଦ ନିରଞ୍ଜନ ବିଶି ୧୫ଟି କମ୍ପ୍ୟୁଟର ସାଂସଦ ପାଣ୍ଠିରୁ ପ୍ରଦାନ କରିବାକୁ ଘୋଷଣା କରିଥିଲେ । ଏହି ଅବସରରେ କୃତି ଛାତ୍ରୀମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟିତ୍ରୀ ଓ କର୍ମଚାରୀମାନେ ପୂର୍ଣ୍ଣ ସହଯୋଗ କରିଥିଲେ।

Leave A Reply

Your email address will not be published.