ସୁବର୍ଣ୍ଣପୁର ଜିଲ୍ଲା ଶାଖା ପକ୍ଷରୁ ବିଜୁ ଜନତା ଦଳର ୨୪ତମ ପ୍ରତିଷ୍ଠା ଦିବସ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ବିଜୁ ଜନତା ଦଳ ସୁବର୍ଣ୍ଣପୁର ଜିଲ୍ଲା ଶାଖା ପକ୍ଷରୁ ବିଜୁ ଜନତା ଦଳର ୨୪ତମ ପ୍ରତିଷ୍ଠା ଦିବସ ଆଜି ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ସ୍ଥାନରେ ପାଳିତ ହୋଇଯାଇଛି । ସୁବର୍ଣ୍ଣପୁରର ଭୀମଭୋଇ କଳା ମଣ୍ଡପଠାରେ ଜିଲ୍ଲା ସଭାପତି ସରୋଜ କମ୍ପଙ୍କ ସଭାପତିତ୍ବରେ ଆୟୋଜିତ ନିର୍ବାଚନ ମଣ୍ଡଳୀ ସ୍ତରୀୟ ସମାରୋହରେ ରାଜ୍ୟ ଅର୍ଥ ଓ ଅବକାରୀ ମନ୍ତ୍ରୀ ନିରଞନ ପୂଜାରୀ ଅତିଥି ଭାବେ ଯୋଗଦେଇ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାର ସଫଳତା ଉପରେ ଆଲୋକପାତ କରିଥିଲେ । ଠିକ୍ ସେହିପରି ବୀରମହାରାଜପୁର ନିର୍ବାଚନ ମଣ୍ଡଳୀସ୍ତରୀୟ ବି.ଜ.ଦ.ର ପ୍ରତିଷ୍ଠା ଦିବସ ରାଜ୍ୟ ପରିବହନ, ବାଣିଜ୍ୟ ଓ ଯୋଜନା ସମନ୍ବୟ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କ ପୌରହିତ୍ୟରେ ଉଲୁଣ୍ଡାଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ନେତୃ ମଣ୍ଡଳୀ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ଶ୍ରଦ୍ଧାଂଜଳି ଦେଇଥିଲେ ।

Leave A Reply

Your email address will not be published.