ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପୁରେନା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପୁରେନା ପରିସରରେ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ସଭାରେ ସଭାପତିତ୍ୱ କରିଥିଲେ ପ୍ରଧାନ ଶିକ୍ଷକ ରେଣୁଧର ସାହୁ । ଏହି ଜାତୀୟବୀରଙ୍କ ସ୍ମୃତି ଚାରଣ ଶିକ୍ଷକ ପ୍ରମୋଦ ନାଥ କରିଥିବା ବେଳେ ଛାତ୍ରଛାତ୍ରୀମାନେ ମଧ୍ୟ ତାଙ୍କର ବୀରଗାଥା ପାଠ କରିବା ସହ ତାଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ଦେଶ ସେବାରେ ବ୍ରତୀ ହେବା ପାଇଁ ସଂକଳ୍ପ କରିଥିଲେ । ସମସ୍ତ କାର୍ଯ୍ୟକ୍ରମକୁ ଶ୍ରୀମତୀ ନନ୍ଦିନୀ ମିଶ୍ର ସଂଯୋଜନା କରିଥିବା ବେଳେ ଲେକ୍ରୁ ବାରିକ ଧନ୍ୟବାଦ୍ ଅର୍ପଣ କରିଥିଲେ ।

Leave A Reply

Your email address will not be published.