oom

ରାଷ୍ଟ୍ରୀୟ ବାଳିକା ଦିବସ ପାଳିତ

jsmm

ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ଥାନୀୟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଦେଓଳୀ ପରିସର ମଧ୍ୟରେ ରାଷ୍ଟ୍ରୀୟ ବାଳିକା ଦିବସ ପାଳିତ ହୋଇଯାଇଛି । ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ରାମ ସିଂ ଭୋଇ ଦୀପ ପ୍ରଜ୍ୱଳନ କରି ଏହି ଦିବସ ପାଳନର ଉଦ୍ଦେଶ୍ୟ ଓ ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ । ପ୍ରଥମ ପର୍ଯ୍ୟାୟରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇ କୃତି ଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା । ଦ୍ଵିତୀୟ ପର୍ଯ୍ୟାୟରେ ବ୍ଲକ ଶିକ୍ଷା ଅଧିକାରୀ ଲୋକନାଥ ଭୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍‌ଯାପନୀ ଉତ୍ସବରେ ସହ ବ୍ଲକ ଶିକ୍ଷାଧିକରୀ ରାମ ସିଂ ଭୋଇ, ଶିବ ପ୍ରସାଦ ଯୋଶୀ, ଦେଓଳୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ଲତିକା ବିଶି ସମ୍ମାନିତ ଅତିଥି ଭାବରେ ଯୋଗଦାନ କରିଥିଲେ । ସମସ୍ତ କାର୍ଯ୍ୟକ୍ରମକୁ ସିଆର୍‌ସିସି ମନୋଜ ସାହୁ ସଂଯୋଜନା କରିଥିବା ବେଳେ ବ୍ଲକର ସମସ୍ତ ସିଆର୍‌ସିସି ଓ ଉକ୍ତ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ । ଶେଷରେ ନେତ୍ରାନନ୍ଦ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।

jittmm
Leave A Reply

Your email address will not be published.