jayashree

କୁହୁଡ଼ି ନେଇ ୧୨ଟି ଜିଲ୍ଲାକୁ ପାଣିପାଗ ବିଭାଗର ଚେତାବନୀ

ଭୁବନେଶ୍ୱର : ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୨ଟି ଜିଲ୍ଲାରେ ଘନକୁହୁଡ଼ି ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ବରଗଡ଼, ବଲାଙ୍ଗିର, ସୋନପୁର, ବୌଦ୍ଧ, ଢେଙ୍କାନାଳ, ଅନୁଗୁଳ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ଘନକୁହୁଡ଼ି ଦେଖାଯିବ । ଗତ ୫ଦିନ ହେଲା ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ସାଙ୍ଗକୁ କୋହଲା ପାଗ ଲାଗି ରହିଛି । ଫଳରେ ଜନଜୀବନ ପ୍ରଭାବିତ ହୋଇଛି । ଏମିତିକା ପାଗ ଆଗାମୀ ୨ ଦିନ ପର୍ଯ୍ୟନ୍ତ ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି । ଏହାଛଡ଼ା ସକାଳେ ଘନ କୁହୁଡି କଲବଲ କରିବ ।

Leave A Reply

Your email address will not be published.