ବଲାଙ୍ଗିର ମନୋହରପୁର ରିଜର୍ଭ ପୋଲିସ ପଡିଆରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସାରା ଦେଶ ପାଳୁଛି ୭୫ତମ ସାଧାରଣତନ୍ତ୍ର ଦିବସ । ଏହି ପରିପ୍ରେକ୍ଷୀରେ ବଲାଙ୍ଗିର ସହର ମନୋହରପୁର ରିଜର୍ଭ ପୋଲିସ ପଡିଆ ପରିସରରେ ୭୫ତମ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ହର୍ଷ ଉଲ୍ଲାସର ସହ ପାଳିତ ହୋଇଯାଇଛି । ଏହି ଅବସରରେ କୃଷି ଓ କୃଷକ ସଶକ୍ତିକରଣ ଏବଂ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ପତାକା ଉତ୍ତୋଳନ କରିବା ସହିତ ମିଳିତ ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ କରିଥିଲେ । ଏଥିରେ ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଳ ରାଣା, ଏସ୍‌ପି ରିଷିକେଶ ଖିଲାରୀଙ୍କ ସହ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିବା ଦେଖିବାକୁ ମିଳିଥିଲା । ପୋଲିସ ପ୍ରଶାସନ ସହିତ ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀ ଚିତାକର୍ଷକ ପ୍ୟାରେଡ ପ୍ରଦର୍ଶନ କରିଥିଲେ ଓ ପରେ ଛାତ୍ରଛାତ୍ରୀମାନେ ଆକର୍ଷଣୀୟ ମନୋରଞ୍ଜନ କାର୍ଯ୍ୟକ୍ରମ ପରିଦର୍ଶନ କରିଥିଲେ । ଅନ୍ୟପକ୍ଷରେ ଘନ କୁହୁଡି ସତ୍ୱେ ଶତାଧିକ ଜନସାଧାରଣ ଏହି ସମସ୍ତ କାର୍ଯ୍ୟକ୍ରମକୁ ମନ ଭରି ଉପଭୋଗ କରୁଥିବା ଦେଖିବାକୁ ମିଳିଛି ।

Leave A Reply

Your email address will not be published.