jayashree

କୋଏଲ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରର ବାର୍ଷିକୋତ୍ସବ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୨୦ ନେହେରୁପାଲି ସ୍ଥିତ କୋଏଲ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ୭୫ତମ ସାଧାରଣତନ୍ତ୍ର ଦିବସ ଓ ବାର୍ଷିକୋତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ବିଦ୍ୟାମନ୍ଦିରର ପ୍ରଧାନ ଶିକ୍ଷୟିତ୍ରୀ ସନ୍ଧ୍ୟାରାଣୀ ଜୟସିଂହଙ୍କ ସଭାପତିତ୍ୱ ଓ ପ୍ରଫୁଲ୍ଲ କୁମାର ସ୍ୱାଇଁଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରଘୁନାଥପାଲି ବିଧାୟକ ସୁବ୍ରତ ତରାଇ, ମୁଖ୍ୟବକ୍ତା ଭାବେ ଜର୍ଣ୍ଣାଲିଷ୍ଟ ଆସୋସିଏସନ୍‌ର ଉପସଭାପତି ତଥା କବି କୁଞ୍ଜବିହାରୀ ରାଉତ, ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟର ସଭାପତି ଗଣେଶ ଜୟସିଂହ, ସମ୍ପାଦକ ଉପେନ୍ଦ୍ର ନାୟକ, ସମାଜସେବୀ ଶଶଧର ପାତ୍ର, ଜଗନ୍ନାଥ ରାଉତ, କବୟିତ୍ରୀ ସସ୍ମିତା ପ୍ରଧାନ ପ୍ରମୁଖ ଯୋଗଦେଇ ଥିଲେ । ମୁଖ୍ୟ ଅତିଥି ଶ୍ରୀ ତରାଇ ନିଜ ବକ୍ତବ୍ୟରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଥିବା ଲୁକ୍କାୟିତ ପ୍ରତିଭାକୁ ଲୋକଲୋଚନରେ ଆଣିବାର ପ୍ରୟାସକୁ ସାଧୁବାଦ ଦେବା ସହ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଉପରେ ଗୁରୁତ୍ୱାରୋପ କରିଥିଲେ । ମୁଖ୍ୟବକ୍ତା ଶ୍ରୀ ରାଉତ ତାଙ୍କ ବକ୍ତବ୍ୟରେ ଉତ୍ତମ ଛାତ୍ରଛାତ୍ରୀ ହେବା ପାଇଁ ପରାମର୍ଶ ଦେବା ସହ ଶିକ୍ଷା, ସଂସ୍କାର ଓ ଗୁରୁଜୀ ଗୁରୁମାଙ୍କ ପ୍ରତି ସମର୍ପିତ ଭାବ ରଖିବା ଦରକାର ବୋଲି ମତ ରଖିଥିଲେ । ଏହି ଅବସରରେ ପୂର୍ବରୁ ଆୟୋଜିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ପ୍ରତିଯୋଗୀଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ । ସେହିପରି ବିଦ୍ୟାମନ୍ଦିରର ଛାତ୍ରଛାତ୍ରୀମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । ଶେଷରେ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ଜୟସିଂହ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ବିଦ୍ୟାମନ୍ଦିରର କାହ୍ନୁଚରଣ ପ୍ରଧାନ, ଝରଣା ଦାସ, ରଶ୍ମି ବେହେରା, ରୂପାଲି ସିଂ, ପ୍ରଭାସିନୀ ସ୍ୱାଇଁ, ଅଶୋକ ଜୟସିଂହ, ସହଦେବ ଜୟସିଂହ ଓ ସେବିକା ଲୁନା ବେହେରା ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ । ଏହି କାର୍ଯ୍ୟକ୍ରମରେ ବହୁ ଅଭିଭାବକ ଯୋଗ ଦେଇଥିଲେ ।

Leave A Reply

Your email address will not be published.