oom

ଆମ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା : ଜଗନ୍ନାଥ ସଂସ୍କୃତି ସମ୍ପର୍କରେ ଆଲୋଚନାଚକ୍ର

jsmm

କଳାହାଣ୍ଡି, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ୍ ସାନଚେର ଗାଆଁ ବସ୍ତରାଣୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂଆ-ଓ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା କାର୍ଯ୍ୟକ୍ରମରେ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ତ୍ରିଲୋଚନ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ବକ୍ତା ଭାବେ ବିଶିଷ୍ଟ ସାହିତ୍ୟିକ ପଦ୍ମ ଲୋଚନ ମିଶ୍ର, ସମ୍ମାନିତ ବକ୍ତା କବି ତଥା ସାମ୍ବାଦିକ ହେମନ୍ତ ସାହୁ ଯୋଗ ଦେଇ ଥିବା ବେଳେ ଓଡ଼ିଆ ଅଧ୍ୟାପକ ରଞ୍ଜନ କୁମାର ପଣ୍ଡା ପ୍ରାରମ୍ଭିକ ବକ୍ତବ୍ୟ ପ୍ରଦାନ କରିଥିଲେ । ଓଡ଼ିଆ ଅଧ୍ୟାପକ ଅରବିନ୍ଦ ମୁଣ୍ଡ ମଞ୍ଚ ପରିଚାଳନା କରିଥିଲେ । ଇଂରାଜୀ ଅଧ୍ୟାପକ ଶିଶିର କୁମାର ସାହୁ ଅତିଥିମାନଙ୍କ ପରିଚୟ ପ୍ରଦାନ କରିଥିଲେ । ଏହି ଅବସରରେ ଓଡ଼ିଆ ସାହିତ୍ୟ ଓ ଜଗନ୍ନାଥ ସଂସ୍କୃତି ଉପରେ ବିଶେଷ ଭାବରେ ଆଲୋଚନା କରିଥିଲେ । କାର୍ଯ୍ୟକ୍ରମରେ ନୋଡାଲ ଅଧିକାରୀ ତଥା ରାଜନୀତି ବିଜ୍ଞାନ ଅଧ୍ୟାପକ ଅଗସ୍ତି ସୁନାନୀ ଧନ୍ୟବାଦ ଅର୍ପଣ କରିଥିଲେ । ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ଅଧ୍ୟାପକ ତପନ କୁମାର ଗହୀର, ସୁକାନ୍ତ ଘଡେ଼ଇ, ସୁଶାନ୍ତ ରଣା, ଦୀନେଶ ପଟେଲ, ଥବୀର ନାଏକ, ଅଖିଳେଶ ଶତପଥୀ, ଜୟଦେବ ପାଢ଼ୀଙ୍କ ସମେତ ଅନ୍ୟ ସମସ୍ତ କର୍ମଚାରୀ, ଛାତ୍ରଛାତ୍ରୀ ପ୍ରମୁଖ ସହଯୋଗ କରିଥିଲେ ।

jittmm
Leave A Reply

Your email address will not be published.