ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମରକ୍ଷା ତାଲିମ ପ୍ରଦାନ ଶିବିର ଉଦ୍‌ଯାପିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ଛାତ୍ରୀଙ୍କୁ ଆତ୍ମରକ୍ଷା ତାଲିମ ପ୍ରଦାନ ଶିବିରର ଉଦ୍‌ଯାପନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ଅଧ୍ୟକ୍ଷ ଡ. ମଧୁସୂଦନ ମହାପାତ୍ର, ମୁଖ୍ୟବକ୍ତା ଭାବେ ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଅମିତାସ୍ମିତା ନାୟକ, ଅଧିକାରିଣୀ ଅଧ୍ୟାପିକା ସଞ୍ଜୁକ୍ତା ନାୟକ, ଅଧ୍ୟାପିକା ଅରୁନ୍ଧତୀ ପ୍ରଧାନ, ପ୍ରାଶାସନିକ ଅଧିକାରୀ ଅଧ୍ୟାପକ ତେଜେଶ୍ଵର ନାୟକ, ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସିଂ ପ୍ରମୁଖ ଉପସ୍ଥିତ ରହି ଆତ୍ମରକ୍ଷା ତାଲିମର ମୂଳ ଉଦ୍ଦେଶ୍ୟ ଓ କାର୍ଯ୍ୟକାରିତା ସମ୍ପର୍କରେ ଉଦ୍‌ବୋଧନ ଦେଇ ଉପସ୍ଥିତ ଛାତ୍ରୀମାନଙ୍କୁ ପ୍ରାଞ୍ଜଳ ଭାବେ ବୁଝାଇଥିଲେ । ଛାତ୍ରୀମାନେ ମଧ୍ୟ ନିଜ ନିଜର ଅନୁଭୂତି ବଖାଣି ଥିଲେ ।

jittmm
Leave A Reply

Your email address will not be published.