lika

ପଞ୍ଚାୟତସ୍ତରୀୟ ସଚେତନତା କାର୍ଯ୍ୟକ୍ରମ

gbag

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ଅନ୍ତର୍ଗତ ସାଇ ଦଲଙ୍ଗା ଗ୍ରାମପଞ୍ଚାୟତ ପରିସରରେ “ଆମ ଓଡ଼ିଶା ନବୀନ ଓଡ଼ିଶା” କାର୍ଯ୍ୟକ୍ରମ ସରପଞ୍ଚ ଚଉବନୀ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ, ସମ୍ମାନିତ ଅତିଥି ମ.ରାମପୁର ବ୍ଲକ ଅଧ୍ୟକ୍ଷା ମନ୍ଦାକିନୀ ସିଂହଦେଓ, ସମ୍ମାନିତ ଅତିଥି ସମାଜ ସେବୀ ଗୋବିନ୍ଦ ପ୍ରସାଦ ଶତପଥି, ଆଇନ ଜୀବୀ ସତ୍ୟନାରାୟଣ ସାହୁ, ସମିତି ସଭ୍ୟା ତ୍ରିପୁରା ମାଝୀ, ନାଏବ ସରପଞ୍ଚ ସଚ୍ଚିଦାନନ୍ଦ ସାହୁ, ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ସତ୍ୟନାରାୟଣ ସାହୁ, ରାଜ୍ୟ ସରପଞ୍ଚ ସଂଘ ସଭାପତି ରୋମାଞ୍ଚ ସାହୁ, ସମାଜସେବୀ ବିକାଶ ରଞ୍ଜନ ସିଂହଦେଓ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ଗ୍ରାମାଞ୍ଚଳର ଭିତ୍ତିଭୂମି ବିକାଶ ଓ ରାଜ୍ୟ ସରକାରଙ୍କ ଜନହିତକର ଯୋଜନା ଉପରେ ସଚେତନ କରିଥିଲେ । ସାମ୍ବାଦିକ ହେମନ୍ତ ସାହୁ ମଞ୍ଚ ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ, କୃଷି, ଉଦ୍ୟାନ, ଅଙ୍ଗନୱାଡି, ପ୍ରାଣୀ ସମ୍ପଦ, ସ୍ୱୟଂ ସହାୟକ ଗୋଷ୍ଠୀ ଷ୍ଟଲ ଖୋଲା ଯାଇଥିଲା । ରାଜ୍ୟ ସରକାରଙ୍କ ଉନ୍ନୟନମୂଳକ କାର୍ଯ୍ୟକ୍ରମକୁ ଟିଭି ମାଧ୍ୟମରେ ପ୍ରଦର୍ଶନ କରାଯାଇଥିଲା । କାର୍ଯ୍ୟକ୍ରମ ପରିଚାଳନାରେ ବିଭିନ୍ନ ବିଭାଗର କର୍ମଚାରୀମାନେ ସହଯୋଗ କରିଥିଲେ ।

sandip
Leave A Reply

Your email address will not be published.