oom

ଲେବଡା ପାଟଣେଶ୍ୱରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଓ ପୁରସ୍କାର ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ

jsmm

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଲେବଡା ପଞ୍ଚାୟତ ସଦର ମହକୁମାଠାରେ ଅବସ୍ଥିତ ପାଟଣେଶ୍ୱରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଓ ପୁରସ୍କାର ପ୍ରଦାନ କାର୍ଯ୍ୟକ୍ରମ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ କିଶୋର ଚନ୍ଦ୍ର ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ବିଶେଷଜ୍ଞ ସଦସ୍ୟ ହଂସରାଜ ଜୈନ, ମୁଖ୍ୟବକ୍ତା ରୂପେ ଶିକ୍ଷାବିତ ତଥା ବିଜେପୁର ହାଇସ୍କୁଲ ପ୍ରଧାନ ଶିକ୍ଷକ ଉମେଶ ଚନ୍ଦ୍ର ଦାସ, ସମ୍ମାନିତ ଅତିଥି ରୂପେ ମୁରିବାହାଲ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶାନ୍ତନୁ କୁମାର ପଢିହାରୀ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ କୋଦଣ୍ଡଧର ଭୋଇ, ଲେବଡା ହାଇସ୍କୁଲର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ରଣଜିତ ସାହୁ, ସିଆର୍‌ସିସି ପଦ୍ମଲୋଚନ ତାଣ୍ଡି, ସ୍କୁଲ ପରିଚାଳନା କମିଟି ସଭାପତି ଡମ୍ବରୁ ଧର ମାଝୀ, ଲେବଡା ସରପଞ୍ଚ ଦମୟନ୍ତୀ ହାତୀ, ସମିତି ସଭ୍ୟ ଦୁଷ୍ମନ୍ତ ବାଗ, ପିଇଓ ଅର୍ଜୁନ ଛୁରା ପ୍ରମୁଖ ଯୋଗଦାନ କରି କାର୍ଯ୍ୟକ୍ରମକୁ ସଫଳ କରିଥିଲେ । ମଞ୍ଚ ପରିଚାଳନା କରିଥିଲେ ସୁଶ୍ରୀ ବବିତା ଦେବଦର୍ଶିନୀ ଓ ତୋଶକୁମାର ସାହୁ, ପୁରସ୍କାର ବଣ୍ଟନରେ ଖେଳଶିକ୍ଷକ କୁବେରଲାଲ ବେହେରା ସହଯୋଗ କରିଥିଲେ । ଏହି ଉତ୍ସବରେ ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ, ଶତାଧିକ ଛାତ୍ରଛାତ୍ରୀ ଓ ଗ୍ରାମବାସୀ ଯୋଗଦାନ କରିଥିଲେ । ଶେଷରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ସୁଶ୍ରୀ ବବିତା ଦେବଦର୍ଶିନୀ ଶେଷରେ ଧନ୍ୟବାଦ ଦେଇଥିଲେ ।

jittmm
Leave A Reply

Your email address will not be published.