oom

ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲର ୨୬ତମ ବାର୍ଷିକ ଉତ୍ସବ ପାଳନ

jsmm

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲର ୨୬ତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି । ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଉପ-ବାଚସ୍ପତି ତଥା ଜି. ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଆଇଟିଡ଼ିଏର ପ୍ରକଳ୍ପ ପ୍ରଶାସକ କୃପାସିନ୍ଧୁ ବେହେରା, ଖଣ୍ଡିୟ ବନାଧିକାରୀ ବିଶ୍ୱରାଜ ପଣ୍ଡା, ମୁଖ୍ୟବକ୍ତା ଭାବେ ବ୍ଲକ ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀ ପ୍ରମୁଖ ଉପସ୍ଥିତ ରହି ଶ୍ରୀଜଗନ୍ନାଥଙ୍କ ଫୋଟୋ ଚିତ୍ରରେ ପୁଷ୍ପ ମାଲ୍ୟାର୍ପଣ ପୂର୍ବକ ଦୀପ ଧୂପ ପ୍ରଜ୍ୱଳନ କରି ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରି ଉପସ୍ଥିତ ଥିବା ଛାତ୍ରଛାତ୍ରୀ ଓ ଅଭିଭାବକମାନଙ୍କୁ ଉଦ୍‌ବୋଧନ ମାଧ୍ୟମରେ ଉତ୍ସାହିତ କରିଥିଲେ । ବିଦ୍ୟାଳୟର ସମ୍ପାଦକ ଶେକ ସାଦିକ ବାର୍ଷିକ ବିବରଣୀ ପାଠ କରିଥିବା ବେଳେ ଶିକ୍ଷୟିତ୍ରୀ ଶ୍ରୀମତି ରଶ୍ମୀପ୍ରଭା ଦାସ ଅତିଥିମାନଙ୍କର ପରିଚୟ ପ୍ରଦାନ କରିଥିଲେ । ବିଦ୍ୟାଳୟର ଉପ-ସଭାପତି ଡ. ବିଚିତ୍ରା ନନ୍ଦ ଆଚାର୍ଯ୍ୟ ଶିଶୁଙ୍କ ଉଦ୍ଦେଶ୍ୟରେ ବକ୍ତବ୍ୟ ପ୍ରଦାନ କରିଥିଲେ । ବିଦ୍ୟାଳୟ ଦ୍ୱାରା ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀମାନଙ୍କୁ ଅତିଥିମାନଙ୍କ ଦ୍ୱାରା ମାନପତ୍ର ସହ ପୁରସ୍କୃତ କରାଯାଇଥିଲା । ସନ୍ଧ୍ୟାରେ ବିଦ୍ୟାଳୟର କୁନି କୁନି ଶିଶୁ କଳାକାରମାନଙ୍କ ଦ୍ୱାରା ବିଭିନ୍ନ ପ୍ରକାର ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ବିଦ୍ୟାଳୟର ଅଧ୍ୟକ୍ଷ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ସମେତ ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ, କର୍ମଚାରୀ, ଛାତ୍ରଛାତ୍ରୀ, ଅଭିଭାବକ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ । ଶେଷରେ ଶିକ୍ଷୟିତ୍ରୀ ସ୍ମିତାରାଣୀ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ ।

jittmm
Leave A Reply

Your email address will not be published.