ଝାରବନ୍ଧ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ସିନାପାଲି ବ୍ଲକ କୁଲିଆଡୁଙ୍ଗରି କ୍ଲଷ୍ଟର ଅନ୍ତର୍ଗତ ଝାରବନ୍ଧ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ତ୍ରୟୋଦଶ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏନେଇ ଅନୁଷ୍ଠିତ ସଭାକାର୍ଯ୍ୟରେ ସିଆର୍‌ସିସି ମହେଶ୍ୱର ଗୁଆଲ ସଭାପତିତ୍ୱ କରିଥିବା ବେଳେ ମୁଖ୍ୟ ଅତିଥି ଭାବରେ ଏବିଇଓ ପ୍ରଭାତ କୁମାର ପାତ୍ର ଓ ମୁଖ୍ୟ ବକ୍ତା ଭାବରେ ବରିଷ୍ଠ ଶିକ୍ଷାବିତ୍ ଚନ୍ଦ୍ରଭାନୁ କଶ୍ୟପ ଯୋଗ ଦେଇଥିଲେ । ସେହିପରି ସମ୍ମାନିତ ଅତିଥି ଭାବରେ ସରପଂଚ ବେଣୁଧର ହରିଜନ, ଅବସର ପ୍ରାପ୍ତ ଶିକ୍ଷକ ପ୍ରଦୀପ୍ତ କୁମାର ଶତପଥୀ, ଝାରବନ୍ଧ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ରାଜକୁମାର ତାଣ୍ତି, ପରିଚାଳନା କମିଟି ସଭାନେତ୍ରୀ ଯମୁନା ତାଣ୍ତି, ଶିକ୍ଷାବିତ୍ ଟଙ୍କଧର ନାଏକ, ଖଗେଶ୍ୱର ନାଏକ, ରାମ ପ୍ରସାଦ ବାଗ, ପ୍ରଧାନ ଶିକ୍ଷକ ପବିତ୍ର ଦୁରିଆ ପ୍ରମୁଖ ମଞ୍ଚାସୀନ ଥିଲେ । ଏହି ଅବସରରେ ବିଦ୍ୟାଳୟର ଗୌରବକୁ ବୃଦ୍ଧି କରିବା ପାଇଁ ଶିକ୍ଷକ, ଛାତ୍ରଛାତ୍ରୀ ଓ ଅଭିଭାବକଙ୍କମାନଙ୍କ ସମନ୍ୱିତ ପ୍ରୟାସ ଓ କର୍ତ୍ତବ୍ୟ ବିଷୟରେ ଅତିଥିଗଣ ମତବ୍ୟକ୍ତ କରିଥିଲେ । ପ୍ରାରମ୍ଭରେ ମିତ୍ରଭାନୁ ମାଝୀ ଅତିଥିମାନଙ୍କୁ ସ୍ୱାଗତ କରିଥିଲେ । ଅତିଥିଙ୍କ ଦ୍ଵାରା ଦୀପ ପ୍ରଜ୍ଜ୍ୱଳନ ପରେ ଛାତ୍ରୀମାନେ ପ୍ରାରମ୍ଭିକ ସଙ୍ଗୀତ ଗାନ କରି ଥିଲେ । ପ୍ରଧାନ ଶିକ୍ଷକ ପବିତ୍ର ଦୁରିଆ ବିବରଣୀ ପଠନ କରିଥିଲେ । ମଂଚରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା । ଶେଷରେ ଘୁଚାଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ବଂଶୀଧର ଜଗତ ଧନ୍ୟବାଦ ଅର୍ପଣ କରିଥିଲେ । ସଭା ଶେଷରେ ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । କାର୍ଯ୍ୟକ୍ରମ ସଫଳତାରେ ଶିକ୍ଷକ ଡୋଳାମଣି ସେଠୀ, ଥବିର ପ୍ରଧାନ, ଚକ୍ରଧର ଧାକଡ, ପରିଚାଳନା କମିଟିର ସମସ୍ତ ସଭ୍ୟ ସଭ୍ୟା, ପୁରାତନ ଛାତ୍ରଛାତ୍ରୀ ଓ ସ୍ଥାନୀୟ ଯୁବକ ସଂଘର କର୍ମକର୍ତ୍ତା ସହଯୋଗ କରିଥିଲେ ।

Leave A Reply

Your email address will not be published.