csstore

ଚାଷୀଙ୍କ ଋଣ ଛାଡ କରିବା ନେଇ ସାମ୍ବାଦିକ ସମ୍ମିଳନୀ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡାଠାରେ ଆଜି ଚାଷୀମାନଙ୍କ ବିଭିନ୍ନ ସମସ୍ୟାକୁ ନେଇ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ଯୁବ ବିଜେଡି ସମ୍ପାଦକ ବଙ୍ଗୋମୁଣ୍ଡା ସରପଞ୍ଚ ତଥା ଯୁବନେତା ଅଜିତ କୁମାର ଯୋଶୀ କହିଛନ୍ତି ଯେ, ପଶ୍ଚିମ ଓଡିଶା ତଥା ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର ଚାଷୀମାନେ ଏବେ ବିଭିନ୍ନ ସମସ୍ୟା ଦେଇ ଗତି କରୁଛନ୍ତି । ଚାଷ କରିବା ସମୟରେ ଚାଷୀମାନେ ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ଅନେକ ଚାଷୀମାନେ ଭିଟାମାଟି ଛାଡି ଦାଦନ ଖଟି ଯାଇଥାନ୍ତି । ଚାଷୀମାନଙ୍କ ଋଣ ଛାଡ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ନବୀନ ଓଡିଶା ଅଧ୍ୟକ୍ଷ ଭି. କେ. ପଣ୍ଡିଆନ ଏ ଦିଗରେ ଆବଶ୍ୟକ ପଦକ୍ଷେପ ନେବାକୁ ସେ ଅନୁରୋଧ କରିଛନ୍ତି । ଋଣ ଛାଡ଼ କଲେ ଅଞ୍ଚଳର ଚାଷୀମାନେ ଉପକୃତ ହୋଇପାରିବେ ବୋଲି ଶ୍ରୀ ଯୋଶୀ ଆଶା କରିଛନ୍ତି । ଏଥିରେ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର ସାମ୍ବାଦିକମାନେ ଉପସ୍ଥିତ ଥିଲେ ।

jayashree
Leave A Reply

Your email address will not be published.