oom

ପଞ୍ଚାୟତସ୍ତରୀୟ ସଚେତନତା ଶିବିର

jsmm

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଡେଲାଙ୍ଗ-କୋଠାବାଡ଼ ଗ୍ରାମପଞ୍ଚାୟତ ପରିସରରେ “ଆମ ଓଡ଼ିଶା ନବୀନ ଓଡ଼ିଶା” କାର୍ଯ୍ୟକ୍ରମ ଅତିରିକ୍ତ ମଣ୍ଡଳ ଉନ୍ନୟନ ଅଧିକାରୀ ପ୍ରଦୀପ୍ତ କୁମାର ନାୟକଙ୍କ ପୌରହିତ୍ୟରେ ପଂଚାୟତସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ବିଧାୟକ ରୁଦ୍ର ପ୍ରତାପ ମହାରଥୀ, ସମ୍ମାନିତ ଅତିଥି ବ୍ଲକ ଅଧକ୍ଷା ବାସନ୍ତି ସାହୁ, ଉପାଧ୍ୟକ୍ଷ ଦୁର୍ବାସା ନିଶଙ୍କ, ଜିଲ୍ଲା ପରିଷଦ ସଭ୍ୟ ତଥା ପ୍ରାକ୍ତନ ବ୍ଲକ ଅଧକ୍ଷ ପ୍ରସନ୍ନ କୁମାର ସାହୁ, ପୂର୍ବତ୍ତନ ବ୍ଲକ ଅଧକ୍ଷ ବୈରାଗୀ ଜେନା,ଏଇଇ ସୁବ୍ରତ କୁମାର ବାରିକ, ନାଏବ ସରପଞ୍ଚ ନଳିନୀ ସ୍ୱାଇଁ ପ୍ରମୁଖ ଯୋଗଦେଇ ଗ୍ରାମାଞ୍ଚଳର ଭିତ୍ତିଭୂମି ବିକାଶ ଓ ରାଜ୍ୟ ସରକାରଙ୍କ ଜନହିତକର ଯୋଜନା ଉପରେ ସଚେତନ କରିଥିଲେ । ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ବିଭାଗ, କୃଷି, ଉଦ୍ୟାନ, ଅଙ୍ଗନୱାଡି ଏମ୍‌ବିକେ, ବ୍ୟାଙ୍କ ମିତ୍ର, ସିଆର୍‌ପି, ପ୍ରାଣୀ ସମ୍ପଦ, ସ୍ୱୟଂ ସହାୟକ ଗୋଷ୍ଠୀ, ମିଶନ ଶକ୍ତି ପକ୍ଷରୁ ଷ୍ଟଲ ଖୋଲା ଯାଇଥିଲା । ରାଜ୍ୟ ସରକାରଙ୍କ ଉନ୍ନୟନମୂଳକ କାର୍ଯ୍ୟକ୍ରମକୁ ସାଂସ୍କୃତିକ କାର୍ଯ୍ୟକ୍ରମ ଓ ଟିଭି ମାଧ୍ୟମରେ ପ୍ରଦର୍ଶନ କରାଇଥିଲା । କାର୍ଯ୍ୟକ୍ରମ ପରିଚାଳନାରେ ବିଭିନ୍ନ ବିଭାଗର କର୍ମଚାରୀମାନେ ସହଯୋଗ କରିଥିଲେ । କାର୍ଯ୍ୟକ୍ରମ ଶେଷରେ ଜିଲ୍ଲା ପରିଷଦ ସଭ୍ୟ ପ୍ରସନ୍ନ କୁମାର ସାହୁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

jittmm
Leave A Reply

Your email address will not be published.