oom

ଗୋପିନାଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସାହାଜବାହାଲରେ ଓଡିଆ ଭାଷା ସାହିତ୍ୟ ପ୍ରତିଯୋଗିତା ଉଦ୍‌ଯାପିତ

jsmm

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଗୋପିନାଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସାହାଜବାହାରେ ଚାଲିଥିବା ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ପ୍ରତିଯୋଗିତା ଏକ ବର୍ଣ୍ଣାଢ୍ୟ ପରିବେଶରେ ସୋମବାର ଉଦ୍‌ଯାପିତ ହୋଇଯାଇଛି । ଅଧ୍ୟକ୍ଷ ପ୍ରେମାଧର ମହାକୁରଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ନୋଡାଲ ଅଫିସର ଅଧ୍ୟାପିକା ଶୀଳା ଛତ୍ରିଆ ପ୍ରାରମ୍ଭିକ ସୂଚନା ପ୍ରଦାନ କରି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମରେ ଜଗନ୍ନାଥ ଡିଗ୍ରୀ କଲେଜ ସାହାଜବାହାଲର ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ଭୋଇ ମୁଖ୍ୟ ଅତିଥି ଭାବେ ଏବଂ ଏହି ଶିକ୍ଷାନୁଷ୍ଠାନର ପୂର୍ବତନ ଅଧ୍ୟକ୍ଷ ବାଳଗୋବିନ୍ଦ ନନ୍ଦ ମୁଖ୍ୟବକ୍ତା ଭାବେ ଯୋଗ ଦେଇ ମହାନ ଜଗନ୍ନାଥ ସଂସ୍କୃତିର ମାନବ ଜୀବନରେ ପ୍ରଭାବ ଓ ପ୍ରଭୁ ଜଗନ୍ନାଥଙ୍କ ମାନବୀୟ ଲୀଳା ଉପରେ ଆଲୋକପାତ କରିବା ସଙ୍ଗେ ସଙ୍ଗେ ସାହିତ୍ୟ ଓ ସଂସ୍କୃତି ଅଙ୍ଗାଙ୍ଗୀ ଭାବେ ଜଡିତ ବୋଲି ମତବ୍ୟକ୍ତ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଅଧ୍ୟାପକ କିରାଜ ଭୋଇ, ପୂର୍ବତନ ପ୍ରାଧ୍ୟାପକ ଲଳିତ କୁମାର ବହିଦାର ଏବଂ ବ୍ରାହ୍ମଣୀଯୋର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତଥା ଚଳଚ୍ଚିତ୍ର ଜଗତର ତାରକା ରତନ ମେହେର ଛାତ୍ରଛାତ୍ରୀମାନେ ପରିଶ୍ରମ କରି ନିଜ ଲକ୍ଷ୍ୟସ୍ଥଳରେ ପହଂଚି ସମାଜରେ ଜଣେ ଜଣେ ଆଦର୍ଶ ନାଗରିକ ହେବା ପାଇଁ ପରାମର୍ଶ ଦେଇଥିଲେ । ଉକ୍ତ କାର୍ଯ୍ୟକ୍ରମରେ କୃତିତ୍ୱ ହାସଲ କରିଥିବା ପ୍ରତିଯୋଗୀମାନଙ୍କୁ ଟ୍ରଫି ସହ ମାନପତ୍ର ପ୍ରଦାନ କରାଯାଇଥିଲା । ଶେଷରେ ସୁବ୍ରତ କୁମାର ଯୋଷୀ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ଡମ୍ବରୁଧର ଡାଙ୍ଗ, ଫକିର ହୋତା, ବାସୁଦେବ ମଟାରୀ, ଶଶିକାନ୍ତ ହୋତା ତଥା ସମସ୍ତ କର୍ମଚାରୀ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ ।

jittmm
Leave A Reply

Your email address will not be published.