jayashree

ସାଲେପାଲି ଗ୍ରାମପଞ୍ଚାୟତରେ ପଞ୍ଚାୟତ ସ୍ତରୀୟ ସଚେତନତା କାର୍ଯ୍ୟକ୍ରମ

କଳାହାଣ୍ଡି, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ଅନ୍ତର୍ଗତ ସାଲେପାଲି ଗ୍ରାମପଞ୍ଚାୟତ ପରିସରରେ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମ ସରପଞ୍ଚ କୁମାରୀ ରଚନା ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ, ସମ୍ମାନିତ ଅତିଥି, (ଜିପିଇଓ) କୁଳମଣି ସିଂ ରାୟ, ସମାଜସେବୀ ଗୋବିନ୍ଦ ପ୍ରସାଦ ଶତପଥୀ, ବିସିସି ବ୍ୟାଙ୍କ ନିର୍ଦ୍ଦେଶକ ରମେଶ ଚନ୍ଦ୍ର ସାହୁ, ମ.ରାମପୁର ବ୍ଲକ ସରପଞ୍ଚ ସଂଘ ସମ୍ପାଦିକା ତଥା ମ.ରାମପୁର ସରପଞ୍ଚ ବୀଣାପାଣି ସାହୁ, ବାରବନ୍ଧା ସରପଞ୍ଚ ବୃନ୍ଦାବତୀ ପାଠକ, ସମିତି ସଭ୍ୟା ଯୋଗେନ୍ଦ୍ର ନାଗ, ନାଏବ ଲବରାମ ଭୋଇ, ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ସତ୍ୟନାରାୟଣ ସାହୁ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ଗ୍ରାମାଞ୍ଚଳର ଭିତ୍ତିଭୂମି ବିକାଶ ଓ ରାଜ୍ୟ ସରକାରଙ୍କ ଜନହିତକର ଯୋଜନା ଉପରେ ସଚେତନ କରିଥିଲେ । ସାମ୍ବାଦିକ ହେମନ୍ତ ସାହୁ ମଞ୍ଚ ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ, କୃଷି, ଉଦ୍ୟାନ, ଅଙ୍ଗନୱାଡି, ପ୍ରାଣୀ ସମ୍ପଦ, ସ୍ୱୟଂ ସହାୟକ ଗୋଷ୍ଠୀ ଷ୍ଟଲ ଖୋଲା ଯାଇଥିଲା । ରାଜ୍ୟ ସରକାରଙ୍କ ଉନ୍ନୟନମୂଳକ କାର୍ଯ୍ୟକ୍ରମକୁ ଟିଭି ମାଧ୍ୟମରେ ପ୍ରଦର୍ଶନ କରାଯାଇଥିଲା । କାର୍ଯ୍ୟକ୍ରମ ପରିଚାଳନାରେ ବିଭିନ୍ନ ବିଭାଗର କର୍ମଚାରୀମାନେ ସହଯୋଗ କରିଥିଲେ । ସଭା କାର୍ଯ୍ୟ ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ପର୍ଯ୍ୟାୟରେ ଆଦିବାସୀ ନୃତ୍ୟ ଓ ରେକର୍ଡ ଡ୍ୟାନ୍ସ ପରିବେଷିତ ହୋଇଥିଲା ।

Leave A Reply

Your email address will not be published.