csstore

ବଡ଼ କର୍ଲାକୋଟ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ

ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ବ୍ଲକ ଅନ୍ତର୍ଗତ ବଡ଼ କର୍ଲାକୋଟ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରାଯାଇ କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରିବା ସହିତ ଜିଲ୍ଲା ଓ ରାଜ୍ୟସ୍ତରୀୟ ପୁରସ୍କାର ବିଜେତା ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇ ଥିଲା । ଏହି ଅବସରରେ ଅନେକ ଅଭିଭାବକ, ଅଭିଭାବିକା, ପୁରାତନ ଛାତ୍ରଛାତ୍ରୀଙ୍କ ଉପସ୍ଥିତହରେ ସମସ୍ତଙ୍କୁ ଉତ୍ସାହିତ କରିଥିଲେ । ଆୟୋଜିତ ପୁରସ୍କାର ବିତରଣ ଉତ୍ସବରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସଞ୍ଜୀବ କୁମାର ବେମାଲ ସଭାପତିତ୍ୱ କରିଥିବା ବେଳେ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରେମ ନାରାୟଣ ପଣ୍ଡା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ । ସାମ୍ବାଦିକ ଶେଷଦେବ ବେହେରା ମୁଖ୍ୟ ବକ୍ତା ଭାବରେ ଯୋଗ ଦେଇ ଛାତ୍ରଛାତ୍ରୀଙ୍କ ବଳିଷ୍ଠ ପୃଷ୍ଠଭୂମିକୁ ଉଚ୍ଚ ପ୍ରଶଂସା କରିଥିଲେ । ସମ୍ମାନିତ ଅତିଥି ଭାବରେ ଜିଲ୍ଲା ପରିଷଦ ସଦସ୍ୟ ଦେବ ପୂଜାରୀ, ସରପଞ୍ଚ ଚଞ୍ଚଳା ବାଣୁଆ, ସମିତି ସଭ୍ୟ ପିତାମ୍ବର ଠାକୁର, ସିଆର୍‌ସିସି ସିଦ୍ଧାର୍ଥ ମିଶ୍ର, କାଳୀ ବାଉରୀ କ୍ଲବର ସଭାପତି ଭୁଜ ନାଏକ, ଏସ୍‌ଏମ୍‌ସି ଅଧ୍ୟକ୍ଷ ପୂର୍ଣ୍ଣଚନ୍ଦ୍ର ନାଏକ ପ୍ରମୁଖ ଯୋଗ ଦେଇଥିଲେ । ଶ୍ରୀଯୁକ୍ତ ବେମାଲ ବିଦ୍ୟାଳୟର ବିବରଣୀ ପାଠ କରିଥିବା ବେଳେ ଶିକ୍ଷକ ସୁରେନ୍ଦ୍ର ମହାରଣା ଅତିଥି ପରିଚୟ ଦେଇଥିଲେ । ଶିକ୍ଷକ ଅଭିଜିତ ଗିରି ଧନ୍ୟବାଦ ଅର୍ପଣ କରିଥିଲେ । ଛାତ୍ରଛାତ୍ରୀଙ୍କ ଦ୍ଵାରା ପ୍ରଦର୍ଶିତ ସାଂସ୍କୃତିକ କାର୍ଯ୍ୟକ୍ରମ ବେଶ ଉପଭୋଗ୍ୟ ହୋଇଥିଲା ।

jayashree
Leave A Reply

Your email address will not be published.