csstore

ବିଜାପାଟି ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

କଳାହାଣ୍ଡି, (ନରୋତ୍ତମ ସେଲମା) : କର୍ଲାମୁଣ୍ଡା ବ୍ଲକ ରେଗଡା ପଞ୍ଚାୟତର ବିଜାପାଟି ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠିତ ସଭାରେ ପ୍ରଧାନ ଶିକ୍ଷକ ଗିରିଶଚନ୍ଦ୍ର ଦୋରା ସଭାପତିତ୍ୱ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ କର୍ଲାମୁଣ୍ଡା ବିଡିଓ ମଣ୍ଟୁ ଖମାରୀ, ମୁଖ୍ୟ ବକ୍ତା ଭାବେ ଜିଲ୍ଲା ପରିଷଦ ସଭ୍ୟ ସୁରେଶ ଚୌଧୁରୀ, ସମ୍ମାନିତ ଅତିଥି ଭାବେ ସିଆର୍‌ସିସି ସଞ୍ଜୟ କୁମାର ଦାସ, ଉଜ୍ଜ୍ୱଳ କୁମାର ସାହୁ, ପ୍ରାଥମିକ ଶିକ୍ଷକ ସଂଘ ସଭାପତି ରୋହିତ କୁମାର ରଣା, ୱାର୍ଡ ମେମ୍ବର ଦେବରାଜ ଚୌଧୁରୀ, ଭୈରବ ଦୀପ, ପରିଚାଳନା କମିଟିର ସଭାପତି ଜ୍ୟୋସ୍ନା ବଗର୍ତ୍ତି ପ୍ରମୁଖ ଯୋଗ ଦେଇ ଶିକ୍ଷାନୁଷ୍ଠାନର ଗୌରବ ବୃଦ୍ଧିରେ ଛାତ୍ର, ଶିକ୍ଷକ ଓ ଅଭିଭାବକମାନଙ୍କ ମିଳିତ ସହଭାଗିତା ରହିଛି ବୋଲି ମତପ୍ରକାଶ କରିଥିଲେ । କାର୍ଯ୍ୟକ୍ରମରେ ପ୍ରଶାନ୍ତ ଦାସ ସଂଯୋଜନା କରିଥିବା ବେଳେ ସହକାରୀ ଶିକ୍ଷକ ଦୁଷ୍ମନ୍ତ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ପରିବେଷିତ ସଂସ୍କୃତିକ କାର୍ଯ୍ୟକ୍ରମ ବିଳମ୍ବିତ ରାତ୍ରି ପର୍ଯ୍ୟନ୍ତ ଦର୍ଶକଙ୍କୁ ଆକୃଷ୍ଟ କରିଥିଲା । କାର୍ଯ୍ୟକ୍ରମରେ ଗ୍ରାମବାସୀ ଓ ପରିଚାଳନା କମିଟିର ସଦସ୍ୟମାନେ ସହଯୋଗ କରିଥିଲେ ।

jayashree
Leave A Reply

Your email address will not be published.