lika

ଆମ ଓଡିଶା ନବୀନ ଓଡିଶା ପଞ୍ଚାୟତସ୍ତରୀୟ ସଚେତନତା କାର୍ଯ୍ୟକ୍ରମ

gbag

କଳାହାଣ୍ଡି, (ହେମନ୍ତ ସାହୁ) : ରାଜ୍ୟ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନାର ସଫଳତା ନେଇ କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ପ୍ରଶାସନ ପକ୍ଷରୁ ମାଣିକେରା ପଞ୍ଚାୟତରେ ଆମ ଓଡିଶା ନବୀନ ଓଡିଶା ପଞ୍ଚାୟତସ୍ତରୀୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସରପଞ୍ଚ ଫଗୁଣ ପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ସଭ୍ୟା ମଞ୍ଜୁଲତା ଧରୁଆ, ସମ୍ମାନିତ ଅତିଥି ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଲକ୍ଷ୍ମଣ ପ୍ରଧାନ, ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ କୁଳମଣି ସିଂହ ରାୟ, ସମିତି ସଭ୍ୟା ରାଜକୁମାରୀ ସୁନା, ସମାଜସେବୀ ବିକାଶ ରଞ୍ଜନ ସିଂହଦେଓ, ସତ୍ୟନାରାୟଣ ସାହୁ, ପ୍ରଦୀପ ପାଣିଗ୍ରାହୀ, ଶଙ୍କର ସୁନା, ରବିଚନ୍ଦ୍ର ଧରୁଆ, ସାମ୍ବାଦିକ ପ୍ରଦୀପ କୁମାର ସାହୁ, ପ୍ରଧାନ ଶିକ୍ଷକ ଶିବ ଶଙ୍କର କର ଯୋଗଦେଇ ରାଜ୍ୟ ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମ ଓ ଯୋଜନା ସମ୍ପର୍କରେ ଲୋକଙ୍କୁ ସଚେତନ କରିଥିଲେ । ସ୍ଥାନୀୟ ଲୋକଙ୍କ ଅଭିଯୋଗ ଏବଂ ଆବଶ୍ୟକକୁ ଭିତ୍ତି କରି ନିର୍ମାଣ ହୋଇଥିବା ବିଭିନ୍ନ ଉନ୍ନୟନ ପ୍ରକଳ୍ପକାର୍ଯ୍ୟର ବିକାଶ ନେଇ ଲୋକଙ୍କୁ ସଭା ମାଧ୍ୟମରେ ସଚେତନ କରାଯାଇଛି । ପଞ୍ଚାୟତ ନିର୍ବାହୀ ଅଧିକାରୀ ତ୍ରିନାଥ ଶବର ଧନ୍ୟବାଦ ଅର୍ପଣ କରିଥିଲେ । ସାସ୍କୃତିକ କାର୍ଯ୍ୟକ୍ରମରେ କୁନି କଳାକାରମାନଙ୍କ ଦ୍ୱାରା ନୃତ୍ୟ ପରିବେଷିତ ହୋଇଥିଲା । କାର୍ଯ୍ୟକ୍ରମରେ ସାମ୍ବାଦିକ ହେମନ୍ତ ସାହୁ ମଞ୍ଚ ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମରେ ଶତାଧିକ ପୁରୁଷ ମହିଳା ଉପସ୍ଥିତ ଥିବାବେଳେ ଜିଆର୍‌ଏସ୍‌ଙ୍କ ସମେତ ଅନ୍ୟାନ୍ୟ କର୍ମଚାରୀ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।

babaa
Leave A Reply

Your email address will not be published.