
ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ସଦର ଛତ୍ରପୁରସ୍ଥିତ ଶ୍ରୀରାମନଗର ଠାରେ ଅବସ୍ଥାପିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଆନୁକୂଲ୍ୟରେ ବିଦ୍ୟାଳୟର ଅଧ୍ୟକ୍ଷ ଉପେନ୍ଦ୍ର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳନ ହୋଇଯାଇଛି । ଉକ୍ତ ଉତ୍ସବରେ ବିଦ୍ୟାଳୟର ପ୍ରଧାନାଚାର୍ଯ୍ୟ ରବୀନ୍ଦ୍ରନାଥ ଦାଶ ଅତିଥିମାନଙ୍କ ପରିଚୟ ପ୍ରଦାନ ସାଂଗକୁ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ବିଦ୍ୟାଳୟର ବରିଷ୍ଠ ଆଚାର୍ଯ୍ୟ ତଥା ମାତୃଭାଷା ବିଷୟ ପ୍ରମୁଖ ମନୋରଂଜନ ଦାଶ ଶିଶୁମାନଙ୍କୁ ମାତୃଭାଷାର ଗୁରୁତ୍ୱ ସମ୍ବନ୍ଧରେ ଅବଗତ କରାଇଥିଲେ । ବ୍ରହ୍ମପୁର ମେଡିକାଲ କଲେଜର ଚକ୍ଷୁ ବିଶେଷଜ୍ଞ ତଥା ବିଶିଷ୍ଠ ସାହିତ୍ୟିକ ଡାକ୍ତର ରାଜେନ୍ଦ୍ର କୁମାର ବେହେରା ମୁଖ୍ୟ ଅତିଥି ରୂପେ ଯୋଗଦେଇ ଶିଶୁଙ୍କୁ ଓଡିଆ ଭାଷାର ବିଭିନ୍ନ ଗବେଷଣାତ୍ମକ ଦୃଷ୍ଟି ସମ୍ବନ୍ଧରେ ଆଲୋକପାତ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟ ଦ୍ୱାରା ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରାଯାଇ କୃତି ଛାତ୍ରଛାତ୍ରୀମାନଙ୍କୁ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା । ପରିଶେଷରେ ବିଦ୍ୟାଳୟର ସଂଗଣକ ଆଚାର୍ଯ୍ୟ ଦୀପକ କୁମାର ଦାଶ ଧନ୍ୟବାଦ ଅର୍ପଣ କରିଥିଲେ ।