ଭୁବନେଶ୍ୱର : ରାଜ୍ୟରେ ୩୪ ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍ଏସି) ଗଠନ ନିଷ୍ପତ୍ତି ନେଇଛନ୍ତି ସରକାର । ଏଣେ ୫ ବିଜ୍ଞାପିତ ଅଞ୍ଚଳ ପରିଷଦକୁ ପୌର ପରିଷଦ (ମ୍ୟୁନିସିପାଲିଟି) ଭାବେ ମଧ୍ୟ ଉନ୍ନୀତ କରାଯିବାକୁ ନିଷ୍ପତ୍ତି ନିଆଯାଇଛି । ଏହି ନୂତନ ପୌର ପରିଷଦ ହେଲା ବୌଦ୍ଧଗଡ଼, କରଞ୍ଜିଆ, କଣ୍ଟାବାଞ୍ଜି, ଛତ୍ରପୁର ଓ ଆସ୍କା । ଏଣେ ଅନୁଗୁଳ ଜିଲ୍ଲାର ପାଲଲହଡ଼ା, ଛେଣ୍ଡିପଦା, ବାଲେଶ୍ୱର ଜିଲ୍ଲାର ବସ୍ତା ଓ ସିମୁଳିଆ, ବରଗଡ଼ ଜିଲ୍ଲାର ପାଇକମାଳ, ଭେଡେନ, ଭଦ୍ରକ ଜିଲ୍ଲାର ଅଗରପଡ଼ା, ବଲାଙ୍ଗିର ଜିଲ୍ଲାର ବେଲପଡ଼ା ଓ ସଇଁତଲା, ଯାଜପୁର ଜିଲ୍ଲାର ବିଞ୍ଝାରପୁର, ପାଣିକୋଇଲି, ଜାରକା ଓ ଚଣ୍ଡିଖୋଲ, କଳହାଣ୍ଡି ଜିଲ୍ଲାର ଜୟପାଟଣା, କନ୍ଧମାଳ ଜିଲ୍ଲାର ରାଇକିଆ, କୋରାପୁଟ ଜିଲ୍ଲାର ବୋରିଗୁମା, ନୂଆପଡ଼ା ଜିଲ୍ଲାର ସିନାପାଲି, ରାୟଗଡ଼ା ଜିଲ୍ଲାର ଚାନ୍ଦିଲି, ମୁନିଗୁଡ଼ା ଓ ବିଷମକଟକ, ସୁବର୍ଣ୍ଣପୁର ଜିଲ୍ଲାର ଡୁଙ୍ଗୁରିପାଲି, ସୁନ୍ଦରଗଡ଼ ଜିଲ୍ଲାର ବଣେଇ, ଗଞ୍ଜାମ ଜିଲ୍ଲାର ଶେରଗଡ଼ ଓ କୁକୁଡ଼ାଖଣ୍ଡି, ନୟାଗଡ଼ ଜିଲ୍ଲାର କଣ୍ଟିଲୋ, ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗୀ ଓ ବେଗୁନିଆ, କଟକ ଜିଲ୍ଲାର ସାଲେପୁର, ବଡ଼ମ୍ବା, ନରସିଂହପୁର ଓ ନିଆଳି, ମୟୂରଭଞ୍ଜ ଜିଲ୍ଲାର ବେତନଟି, ଢେଙ୍କାନାଳ ଜିଲ୍ଲାର ପରଜଙ୍ଗ ଏବଂ ବୌଦ୍ଧ ଜିଲ୍ଲାର କଣ୍ଟାମାଳକୁ ବିଜ୍ଞାପିତ ଅଞ୍ଚଳ ପରିଷଦ ଭାବେ ଘୋଷଣା କରାଯାଇଛି ।