pr

ଜିଲ୍ଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ ସମାରୋହ : ୨୩୮୬ ଜଣଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

dr. purohit

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ପୃଥ୍ୱୀରାଜ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆରେ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ତରଫରୁ ଜିଲ୍ଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଶିକ୍ଷା ଅଧିକାରୀ ଧ୍ରୁବ ଚରଣ ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ରାଜସଭା ସାଂସଦ ନିରଞ୍ଜନ ବିଶି, ସମ୍ମାନିତ ଅତିଥି ଭାବେ ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର, ଜିଲ୍ଲା ପରିଷଦ ସଭାପତି ଦେବକୀ ସାହୁ, ମ୍ୟୁନସିପାଲିଟି ଅଧ୍ୟକ୍ଷା ଲିକା ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ ଅଲେଖ ବିଶ୍ୱାଳ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ କେଶବ ମେହେର ପ୍ରମୁଖ ଉପସ୍ଥିତ ଥିଲେ । ବଲାଙ୍ଗିର ଜିଲ୍ଲା ଛାତ୍ରଛାତ୍ରୀଙ୍କ ଭିତରେ ପ୍ରତିଭାର ଅଭାବ ନାହିଁ, ଏକାଗ୍ରତା, ଆତ୍ମବିଶ୍ୱାସ ଓ କଠିନ ପରିଶ୍ରମ ଦ୍ୱାରା ସେମାନେ ଜୀବନରେ ସଫଳ ହୋଇପାରିବେ ବୋଲି ରାଜ୍ୟସଭା ସାଂସଦ ଉଦ୍‌ବୋଧନ ଦେଇଥିବା ବେଳେ, ଜିଲ୍ଲାପାଳ ସଫଳ ବ୍ୟକ୍ତିତ୍ୱର ଅଧିକାରୀ ହେବା ପାଇଁ ପାଠପଢା ସହିତ ସମାନ ମାତ୍ରାରେ ଖେଳକୁଦ ପ୍ରତି ଧ୍ୟାନ ଦେବା ପାଇଁ ଛାତ୍ର ଛାତ୍ରୀଙ୍କୁ ପରାମର୍ଶ ଦେଇଥିଲେ । ଏହା ସହିତ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ କରି ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ, ପୁରାତନ ଛାତ୍ରଛାତ୍ରୀ, ବିଦ୍ୟାଳୟ ପରିଚାଳନା କମିଟି ତଥା ସରପଞ୍ଚଙ୍କୁ ଅଭିନନ୍ଦନ ଜଣାଇ ଥିଲେ ।

nrusinghnath
Leave A Reply

Your email address will not be published.