pr

ବରଗଡ଼ ବରିଷ୍ଠ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ସମ୍ବର୍ଦ୍ଧନା

dr. purohit

ବରଗଡ଼, (ନିରୋଜ କୁମାର ପାଣୀ) : ଆଜି ବରଗଡ଼ ଜିଲ୍ଲାର ସୋହେଲାରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ବିତରଣ ସମାରୋହରେ ରାଜ୍ୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରାପ୍ତ ବରଗଡ଼ ବରିଷ୍ଠ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀମତୀ ସେବାଶ୍ରୀ ଭୋଇଙ୍କୁ ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ସମ୍ବର୍ଦ୍ଧିତ କରାଯାଇଥିଲା । ଉଲ୍ଲେଖ ଯୋଗ୍ୟ ଯେ, ଶ୍ରୀମତୀ ଭୋଇ ତାଙ୍କର କର୍ତ୍ତବ୍ୟନିଷ୍ଟା, ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୨୦୨୩ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇ ସାରା ବରଗଡ଼ ଜିଲ୍ଲା ପାଇଁ ଗୌରବ ଆଣି ଦେଇଥିବାରୁ ଜିଲ୍ଲା ଶିକ୍ଷା ଅଧିକାରୀ ମିତ୍ରଭାନୁ କଛପ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛାତ୍ରୀ ଓ ଛାତ୍ରପତି ସାହୁ ତଥା ଜିଲ୍ଲା ଶିକ୍ଷା ପରିବାରଙ୍କ ଦ୍ଵାରା ସମ୍ବର୍ଦ୍ଧିତ ହୋଇଥିଲେ । ଶ୍ରୀମତୀ ଭୋଇ ଏହି ସମ୍ବର୍ଦ୍ଧନା ପାଇଁ ବରଗଡ଼ ଜିଲ୍ଲା ଶିକ୍ଷା ବିଭାଗକୁ ଧନ୍ୟବାଦ ଅର୍ପଣ କରିଥିଲେ ।

nrusinghnath
Leave A Reply

Your email address will not be published.