csstore

ଚାଲାଣ ପାଇଁ ପ୍ରସ୍ତୁତି ବେଳେ ମାଡି ବସିଲା ପୁଲିସ, ଗଞ୍ଜେଇ ଜବତ, ଚାଲାଣକାରୀ ଫେରାର

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ପକ୍ଷରୁ ଗଞ୍ଜେଇ କଟା ଅଭିଯାନ ଜାରି ରହିଥିବା ବେଳେ ଗଞ୍ଜେଇ ମାଫିଆମାନେ ବେଧଡକ ଭାବରେ ଗଞ୍ଜେଇ ଚାଲାଣ କରିଚାଲିଛନ୍ତି । ତେବେ ବାଲିଗୁଡା ପୁଲିସ ପାଟ୍ରୋଲିଂ କରୁଥିବା ବେଳେ ୧୩୧ କିଲୋ ଗଞ୍ଜେଇ ଧରିବାରେ ସଫଳ ହୋଇଛି । କିନ୍ତୁ ଘଟଣା ସ୍ଥଳରୁ ଗଞ୍ଜେଇ ଛାଡି ମାଫିଆମାନେ ଫେରାର ହୋଇଯାଇଛନ୍ତି । ପୁଲିସର ସୂଚନା ଅନୁସାରେ କୌଣସି ସୂତ୍ରରୁ ଚାଲାଣ ପାଇଁ ପ୍ରସ୍ତୁତି ଚାଲିଥିବା ଖବର ପାଇ ବାଲିଗୁଡା ଥାନା ଅଧିକାରୀ ସୁଶାନ୍ତ କୁମାର ସାହୁଙ୍କ ନିର୍ଦ୍ଦେଶରେ ଏସ୍‌ଆଇ ଏସ୍‌. ପ୍ରଧାନଙ୍କ ନେତୃତ୍ୱରେ ଏକ ଟିମ୍‌ ବାଲିଗୁଡା ଥାନା ଅଧିନସ୍ଥ ସିନ୍ଦ୍ରିଗାଁ ଜଙ୍ଗଲରେ ଚଢ଼ାଉ କରିଥିଲେ । ପୁଲିସକୁ ଦେଖି ମାଫିଆମାନେ ଗଞ୍ଜେଇକୁ ଛାଡି ଫେରାର ହୋଇଯାଇଥିଲେ । ଏନେଇ ବାଲିଗୁଡା ଥାନାରେ କେସ୍‌ ନଂ.୫୮/୨୦୨୪ରେ ଏକ ମାମଲା ରୁଜୁ କରି ଜବତ ଗଞ୍ଜେଇକୁ କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ ସୁଶାନ୍ତ କୁମାର ସାହୁ ସୂଚନା ଦେଇଥିବା ବେଳେ ଫେରାର ଅଭିଯୁକ୍ତମାନଙ୍କୁ ଖୁବଶୀଘ୍ର ଧରାଯିବ ବୋଲି ସୂଚନା ଦେଇଛନ୍ତି ।

jayashree
Leave A Reply

Your email address will not be published.