ଅଜଣା ଗାଡ଼ି ଧକ୍କାରେ ଚଲିଗଲା ସ୍ୱାମୀ-ସ୍ତ୍ରୀଙ୍କ ଜୀବନ

ଆଠଗଡ଼ : ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଅଜଣା ଗାଡ଼ି ଧକ୍କାରେ ଚଲିଗଲା ସ୍ୱାମୀ-ସ୍ତ୍ରୀଙ୍କ ଜୀବନ। ମୃତ ଦମ୍ପତିଙ୍କର ଘର ଢେଙ୍କାନାଳ ଜିଲ୍ଲା ଭାପୁର ଅଞ୍ଚଳର ବୋଲି ଜଣାପଡିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍ ଆରମ୍ଭ କରୁଛି । ସୂଚନା ଅନୁଯାୟୀ, ଢେଙ୍କାନାଳ ଜିଲ୍ଲା ଭାପୁର ଅଞ୍ଚଳର ଦମ୍ପତି କୌଣସି କାମରେ ଯାଉଥିଲେ । ଏହି ସମୟରେ ପୁରୁଣା କଟକ-ସମ୍ବଲପୁର ରାସ୍ତାର ଆଙ୍କୁଲା ନିକଟରେ ଘଟିଲା ଅଘଟଣ । ଉଭୟଙ୍କୁ ଏକ ଅଜଣା ଗାଡି ଧକ୍କା ଦେଇଥିଲା । ଯାହାଫଳରେ ଏହି ଦୁର୍ଘଟଣାରେ ଉଭୟ ସ୍ୱାମୀ-ସ୍ତ୍ରୀଙ୍କ ମୃତ୍ୟୁ ହୋଇଯାଇଛି । ତେବେ ମୃତକଙ୍କ ଘର ଢେଙ୍କାନାଳ ଜିଲ୍ଲାର ହୋଇଥିବା ବେଳେ ଏବେ ସୁଦ୍ଧା ପରିଚୟ ମିଳିପାରିନାହିଁ । ସେପଟେ ଦୁର୍ଘଟଣା ସଂପର୍କରେ ଖବର ପାଇ ଆଠଗଡ଼ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଜାରି ଜାରି ରଖିଛି ।

Leave A Reply

Your email address will not be published.