jsm

ବଲାଙ୍ଗିରରେ ପାଳିତ ହେଲା ଜିଲ୍ଲାସ୍ତରୀୟ ୧୩୩ତମ ଡ. ବି.ଆର୍. ଆମ୍ବେଦକର ଜୟନ୍ତୀ

csstore

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଦର୍ଶ ଆଚରଣ ବିଧି ଅନୁପାଳନ କରିବା ସହ ଆଜି ପୂର୍ବାହ୍ନ ୮ଟା ସମୟରେ ସ୍ଥାନୀୟ ବଲାଙ୍ଗିର ଜିଲ୍ଲା ସଦର ମହକୁମାସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖ ଭାରତ ସମ୍ବିଧାନର ପ୍ରଣେତା ତଥା ଭାରତରତ୍ନ ବାବା ସାହେବ ଡ. ଭୀମରାଓ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇ ଜିଲ୍ଲାସ୍ତରୀୟ ୧୩୩ତମ ଜୟନ୍ତୀ ପାଳିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ପବିତ୍ର ବେହେରାଙ୍କ ଦ୍ୱାରା ପ୍ରଶାସନ ତରଫରୁ ମାଲ୍ୟାର୍ପଣ କରାଯାଇଥିଲା । ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସରୋଜ କୁମାର ସାହୁ କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ । ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ଓ ପୌରପରିଷଦ କର୍ମଚାରୀ ସହଯୋଗ କରିଥିଲେ ।

yuvodaya
Leave A Reply

Your email address will not be published.