csstore

ଅପରାଜିତା ଷଡ଼ଙ୍ଗୀ ଏସିଆ ପୋଷ୍ଟ ଏବଂ ଫେମ୍ ଇଣ୍ଡିଆ ପକ୍ଷରୁ କରାଯାଇଥିବା ସର୍ବଭାରତୀୟ ସ୍ତରର ମିଳିତ ସର୍ଭେରେ ସର୍ବଶ୍ରେଷ୍ଠ ସାଂସଦ ଭାବେ ମନୋନୀତ ହୋଇଛନ୍ତି

ନୂଆଦିଲ୍ଲୀ, (କେପିଏନ୍‌ଏସ୍‌) : ଭୁବନେଶ୍ୱରର ସାଂସଦ ଅପରାଜିତା ଷଡ଼ଙ୍ଗୀ ୨୦୨୦ ବର୍ଷ ଲାଗି ଏସିଆ ପୋଷ୍ଟ ଏବଂ ଫେମ୍ ଇଣ୍ଡିଆ ପକ୍ଷରୁ କରାଯାଇଥିବା ସର୍ବଭାରତୀୟ ସ୍ତରର ମିଳିତ ସର୍ଭେରେ ସର୍ବଶ୍ରେଷ୍ଠ ସାଂସଦ ଭାବେ ମନୋନୀତ ହୋଇଛନ୍ତି । ଆଜି ଏହି ଦୁଇ ଅନୁଷ୍ଠାନ ପକ୍ଷରୁ ଘୋଷଣା କରାଯିବା ପରେ ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କୁ ରାଜ୍ୟବାସୀ ଶୁଭେଚ୍ଛା ଜଣାଉଛ‌ନ୍ତି । ସେ ନିଜେ ଶ୍ରେଷ୍ଠ ସାଂସଦ ମନୋନୀତ ହେବା ପରେ ଟୁଇଟ୍ କରି କହିଛନ୍ତି ଯେ, ‘ଏସିଆ ପୋଷ୍ଟ ଏବଂ ଫେମ୍ ଇଣ୍ଡିଆର ଫଳାଫଳ ଜାଣି ମୁଁ ଆନନ୍ଦିତ। ଲୋକଙ୍କ ପାଇଁ ଗତ ବର୍ଷ କରିଥିବା କାମର ଏହା ପୁରସ୍କାର, ଯାହାକି ମୋତେ ଅନେକ କିଛି ଶିଖାଇବ। ଏଥିପାଇଁ ମୁଁ ସମସ୍ତଙ୍କୁ କୃତଜ୍ଞତା ଜଣାଉଛି।’

jayashree
Leave A Reply

Your email address will not be published.