ପରକୀୟା ପ୍ରୀତିରୁ ହତ୍ୟାକାଣ୍ଡ : ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର

ବସ୍ତା : ବାଲେଶ୍ୱର ଜିଲ୍ଲା ବସ୍ତା ଅଞ୍ଚଳରେ ଚାଞ୍ଚଲ୍ୟ । ବସ୍ତା ଥାନା ଛାନୁଆଁ ଗାଁ ସ୍କୁଲ୍ ନିକଟରୁ ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ଆଜି ସକାଳେ ଏହି ମୃତଦେହ ପଡ଼ିଥିବାର ଦେଖି ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ । ଏହାପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ବ୍ୟବଚ୍ଛେଦ ଲାଗି ଡାକ୍ତରଖାନାକୁ ପଠାଇଛି । ଏଣେ ଉକ୍ତ ଯୁବକଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ ଉପୁଜିଛି । ମୃତ ଯୁବକ ଜଗତସିଂହପୁର ଜିଲ୍ଲାର ବୋଲି ସୂଚନା ରହିଛି । ସେ ମୋବାଇଲ୍ ଟାୱାର କାମ କରୁଥିଲେ । ପରକୀୟା ପ୍ରୀତିରୁ ଏହି ହତ୍ୟାକାଣ୍ଡ ଘଟିଥିବା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ହେଉଛି ।

Leave A Reply

Your email address will not be published.