ଆଜି ଓଡ଼ିଶା ଗସ୍ତରେ ହେମା ମାଳିନୀ

ଭୁବନେଶ୍ୱର : ପ୍ରଥମ ପର୍ଯ୍ୟାୟ ନିର୍ବାଚନ ସରିଥିବା ବେଳେ ଆଉ ଦିନ କେଇଟା ପରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ଏହାରି ଭିତରେ ବିଜେପିର ହେଭିୱେଟ୍ ନେତା ଓଡ଼ିଶା ଗସ୍ତରେ ଆସୁଛନ୍ତି । ତେବେ ଆଜି ନିର୍ବାଚନ ପ୍ରଚାର ପାଇଁ ଓଡ଼ିଶା ଗସ୍ତରେ ହେମା ମାଳିନୀ । ଓଡ଼ିଶାରେ ପ୍ରଚାର କରିବେ ବିଜେପି ସାଂସଦ ତଥା ବଲିଉଡ୍ ଅଭିନେତ୍ରୀ ହେମା ମାଳିନୀ । ଆଜି ସେ ଓଡ଼ିଶା ଗସ୍ତରେ ଆସୁଛନ୍ତି । ରାଜ୍ୟର ୩ଟି ସ୍ଥାନରେ କରିବେ ପ୍ରଚାର । ଉତ୍ତର ଭୁବନେଶ୍ୱର, କଟକ କିଶନ ନଗରରେ ସଭା କରିବେ । ପରେ ପରେ ପିପିଲିରେ ରୋଡ୍ ସୋ’ କରିବେ ହେମା ମାଳିନୀ । ଏଥିପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

Leave A Reply

Your email address will not be published.