ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା

ଭୁବନେଶ୍ୱର : ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା । ଆସନ୍ତାକାଲି ସକାଳ ସୁଦ୍ଧା ବାତ୍ୟାର ରୂପ ନେବ ଓ ୨୬ ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି । ତା’ ସହ ସମ୍ଭାବ୍ୟ ବାତ୍ୟାର ଗତିପଥ ଜାରି କରାଯାଇଛି । ତେବେ ବାତ୍ୟା ପୂର୍ବରୁ ସୃଷ୍ଟି ହୋଇଥିବା ଲଘୁଚାପ, ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଆଜି ଏହା ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବ । ପରେ ୨୬ ତାରିଖ ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେଇ ବାଂଲାଦେଶ ପାଶ୍ୱର୍ବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ପାଖାପାଖି ସମୁଦ୍ର ମଧ୍ୟରେ ପହଞ୍ଚିବାର ସମ୍ଭାବନା ରହିଛି । ଓଡ଼ିଶାରେ କିନ୍ତୁ ଏହି ସମ୍ଭାବ୍ୟ ବାତ୍ୟାର ସିଧାସଳଖ ପ୍ରଭାବ ରହିବ ନାହିଁ ବୋଲି ସୂଚନା ଦେଇଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ।

Leave A Reply

Your email address will not be published.