ପୁରୀରେ ମହାପ୍ରଭୁଙ୍କ ଚାପ ଖେଳ ବେଳେ ଅଘଟଣ

ପୁରୀ : ପୁରୀରେ ମହାପ୍ରଭୁଙ୍କ ଚାପ ଖେଳ ବେଳେ ଅଘଟଣ । ବାଣ ଫୁଟି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୦ରୁ ଅଧିକ ଆହତ ହୋଇଥିବା ଖବର ମିଳିଛି । ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳ ବେଳେ ଏହି ଅଘଟଣ ଘଟିଛିଥିବା ସୂଚନା ମିଳିଛି । ବାଣ ଫୁଟି ଲୋକଙ୍କ ଉପରେ ପଡ଼ିବାରୁ ୨୭ ଜଣଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ସେଠାରେ ବର୍ଣ୍ଣ ୟୁନିଟ୍ ନଥିବାରୁ କଟକ ବଡ଼ ମେଡିକାଲ ଏବଂ ଭୁବନେଶ୍ୱର ଓ କଟକର ଅନ୍ୟ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ବାଣ ଫୁଟି ପୋଡ଼ି ଯାଇଥିବା ବ୍ୟକ୍ତିଙ୍କ ମଧ୍ୟରେ କିଛି ଛୋଟ ପିଲା ମଧ୍ୟ ରହିଥିବା ଜଣାପଡ଼ିଛି ।

Leave A Reply

Your email address will not be published.