ନବ ନିର୍ବାଚିତ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

କଣ୍ଟାବାଞ୍ଜି, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲାର ବହୁ ଚର୍ଚ୍ଚିତ କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେଡ଼ି ପକ୍ଷରୁ ବିଧାୟକ ପ୍ରାର୍ଥୀ ରୂପେ ପ୍ରତିଦ୍ୱନ୍ଦିତା କରୁଥିବା ଖୋଦ୍‌ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବିଜେପି ପ୍ରାର୍ଥୀ ଲକ୍ଷ୍ମଣ ବାଗ ଶୋଚନୀୟ ଭାବେ ପରାସ୍ତ କରିଥିଲେ । ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର ନୂତନ ବିଧାୟକ ରୂପେ ବିଜେପି ଦଳର ଲକ୍ଷ୍ମଣ ବାଗ ନିର୍ବାଚିତ ହୋଇଛନ୍ତି । ଏହି ପରିପ୍ରେକ୍ଷୀରେ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର କଣ୍ଟାବାଞ୍ଜି, ବଙ୍ଗୋମୁଣ୍ଡା, ଭାଲୁମୁଣ୍ଡା ଠାରେ ବିଧାୟକଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା କରିଛନ୍ତି ବିଜେପି ସମର୍ଥକ ଓ କର୍ମୀ । ଫୁଲମାଳ ପିନ୍ଧାଇ ବାଣ ଫୁଟାଇ ସ୍ୱାଗତ କରାଯାଇଥିବା ଦେଖିବାକୁ ମିଳିଛି ।

Leave A Reply

Your email address will not be published.