csstore

ବଙ୍ଗୋମୁଣ୍ଡା ବ୍ଲକ ସାମ୍ବାଦିକ ସଂଘର ବୈଠକ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଆଜି ବଙ୍ଗୋମୁଣ୍ଡା ବ୍ଲକ ସାମ୍ବାଦିକ ସଂଘର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ବୈଠକରେ ସଂଘର ସଭାପତି ରଶ୍ମିରଞ୍ଜନ ପୁଟେଲଙ୍କ ସଭାପତିତ୍ୱରେ ଏକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ନବ ନିର୍ବାଚିତ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ଓ ବଲାଙ୍ଗିର ସାଂସଦ ସଂଗୀତା କୁମାରୀ ସିଂଦେଓଙ୍କୁ ସଂଘ ପକ୍ଷରୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା କରାଯିବା ପାଇଁ ପ୍ରସ୍ତାବ କରାଯାଇଥିଲା । ରାଜ୍ୟ ତଥା ଆଞ୍ଚଳିକ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମର ପଞ୍ଜିକୃତ ସାମ୍ବାଦିକ ମାନଙ୍କୁ ନୂତନ ସଦସ୍ୟତା ଗ୍ରହଣ ପାଇଁ ବିସ୍ତୃତ ଭାବେ ଆଲୋଚନା, ସଂଘର ବାର୍ଷିକ ସଦସ୍ୟତା ଫିଜ ପାଇଁ ଧାର୍ଯ୍ୟ କରାଯାଇଥିଲା, ନିଜସ୍ଵ ସାମ୍ବାଦିକ ଭବନ ପାଇଁ ଜମି ଚିହ୍ନଟ କରିବା ପାଇଁ ବଙ୍ଗୋମୁଣ୍ଡା ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ କରିବା ପାଇଁ ପ୍ରସ୍ତାବ ଆଗତ କରାଯାଇଥିଲା । ସାମ୍ବାଦିକ ମାନଙ୍କର ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ସମ୍ପାଦକ ହୁଲେଶ୍ୱର ହଂସ, କୋଷାଧ୍ୟକ୍ଷ ଦୀପକ କୁମାର ଦାସ ଯାଦବ, ଉପଦେଷ୍ଟା ଅଶୋକ କୁମାର ଖମାରୀ, କାର୍ଯ୍ୟକାରୀ ସଭାପତି ଅଶୋକ ନାରାୟଣ ଭୋଇ, ସଦସ୍ୟ ସୁଶାନ୍ତ ବେହେରା, ରାଧେଶ୍ୟାମ ମେହେର, ସୁଶାନ୍ତ ଥନାପତି, ବଂଶୀଧର ବେହେରା ପ୍ରମୁଖଙ୍କ ସମେତ ବହୁ ସଦସ୍ୟମାନେ ଉପସ୍ଥିତ ଥିଲେ । ଶେଷରେ ସାମ୍ବାଦିକ ସୁଶାନ୍ତ ବେହେରା ଧନ୍ୟବାଦ ଅର୍ପଣ କରି ସଭା ସାଙ୍ଗ କରିଥିଲେ ।

jayashree
Leave A Reply

Your email address will not be published.