ସଙ୍କୁଳସ୍ତରୀୟ ତିନିଦିନିଆ ସାମୁହିକ ଆଚାର୍ଯ୍ୟ ପ୍ରଶିକ୍ଷଣ ଉଦ୍‌ଘାଟିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସ୍ଥିତ ଶ୍ରୀରାମନଗର ଠାରେ ଅବସ୍ଥାପିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଶିକ୍ଷା ବିକାଶ ସମିତି, ଓଡିଶାଙ୍କ ଯୋଜନା ଅନୁସାରେ ଛତ୍ରପୁର ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ ପ୍ରଶିକ୍ଷଣ କର୍ମଶାଳା ଉଦ୍‌ଘାଟିତ ହୋଇଯାଇଛି । ମୁଖ୍ୟଅତିଥି ଭାବରେ ବିଶିଷ୍ଟ ସଂସ୍କୃତି ପ୍ରେମୀ ବଳଭଦ୍ର ରଥ ଯୋଗଦେଇ ପ୍ରଦୀପ ପ୍ରଜ୍ଜୋଳନ ସ୍ୱରୂପ ଏହାକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ । ପ୍ରଧାନ ଆଚାର୍ଯ୍ୟ ତଥା ସଙ୍କୁଳ ସଂଯୋଜକ ରବୀନ୍ଦ୍ରନାଥ ଦାଶ ଅତିଥିମାନଙ୍କ ପରିଚୟ ପ୍ରଦାନ କରିବା ସାଂଗକୁ ସ୍ଵାଗତ ଭାଷଣ ଦେଇଥିଲେ । ସଙ୍କୁଳ ପ୍ରମୁଖ ଡ. ଜେ. କୁର୍ମା ରାଓ ଅଧ୍ୟକ୍ଷତା କରିଥିଲେ । ମୁଖ୍ୟବକ୍ତା ଭାବରେ ପ୍ରକାଶ ଚନ୍ଦ୍ର ପାତ୍ର ଯୋଗଦେଇ ନିଜ ଉଦ୍‌ବୋଧନରେ ରାଷ୍ଟ୍ରୀୟ ଚେତନା ଓ ରାଷ୍ଟ୍ରୀୟ ଭାବନା ଜାଗ୍ରତ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ସମ୍ଭାଗ ସଂଯୋଜକ ପ୍ରକାଶ ଚନ୍ଦ୍ର ତ୍ରିପାଠୀ, ଜିଲ୍ଲାର ସହ ଜିଲ୍ଲା ପ୍ରମୁଖ ବିପିନ ଚନ୍ଦ୍ର ପଟ୍ଟନାୟକ, ପରିଚାଳାନା ସମିତିର ସଦସ୍ୟ ରାମପ୍ରସାଦ ପଟ୍ଟନାୟକ, ସଙ୍କୁଳର ପ୍ରଧାନା ଚାର୍ଯ୍ୟମାନଙ୍କ ମଧ୍ୟରେ ସନ୍ତୋଷ ମିଶ୍ର, ଆଦିତ୍ୟ ପ୍ରସାଦ ମହାପାତ୍ର, ତ୍ରିନାଥ ନାୟକ, ନିତ୍ୟାନନ୍ଦ ସାହୁ, ଶ୍ରୀଧର ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ । ଉକ୍ତ କାର୍ଯ୍ୟକ୍ରମରେ ୯୩ ଜଣ ଆଚାର୍ଯ୍ୟ ଆଚାର୍ଯ୍ୟା ପ୍ରଶିକ୍ଷାର୍ଥୀ ରୂପେ ଯୋଗ ଦେଇଥିଲେ । ଏହି ପ୍ରଶିକ୍ଷଣ ଚଳିତ ଜୁନ୍ ୧୦ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ଚାଲିବ ବୋଲି ଅନୁଷ୍ଠାନର ପ୍ରଧନାଚର୍ଯ୍ୟ ରବିନ୍ଦ୍ର ନାଥ ଦାଶ କହିଛନ୍ତି ।

Leave A Reply

Your email address will not be published.