ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ : ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦି । ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି । ସନ୍ଧ୍ୟା ୭ଟା ୧୫ରେ ନରେନ୍ଦ୍ର ମୋଦିଙ୍କୁ ପ୍ରଧାନମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏଥିପାଇଁ ରାଷ୍ଟ୍ରପତି ଭବନରେ ହୋଇଛି ଭବ୍ୟ ଆୟୋଜନ । ଲଗାତର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ମୋଦି ଶପଥ ନେବାକୁ ଥିବା ବେଳେ, ତାଙ୍କ ସହ କେନ୍ଦ୍ର କ୍ୟାବିନେଟ ମନ୍ତ୍ରୀ ମଧ୍ୟ ଶପଥ ଗ୍ରହଣ କରିବେ । ତେବେ କାହାକୁ କେଉଁ ମନ୍ତ୍ରୀ ପଦ ମିଳିବ ଏବଂ କ୍ୟାବିନେଟର ରୂପରେଖ କଣ ରହିବ, ତାକୁ ନେଇ କଳ୍ପନାଜଳ୍ପନା ଲାଗି ରହିଛି । ଶପଥ ଉତ୍ସବରେ ସାମିଲ ହେବେ ୭ ପଡ଼ୋଶୀ ଏବଂ ଭାରତ ମହାସାଗର କ୍ଷେତ୍ର ଅନ୍ତର୍ଗତ ଦେଶର ଶୀର୍ଷ ନେତାଙ୍କ ସମେତ ପ୍ରାୟ ୮ ହଜାର ଅତିଥି ।

Leave A Reply

Your email address will not be published.