ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା‌

ଭୁବନେଶ୍ୱର : ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା‌ ହେବେ । ଆଜି ବିଜେଡି ବିଧାୟକ ଦଳ ବୈଠକରେ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି । ଯିଏ କ୍ଷମତାରେ ରହି ଓଡ଼ିଶାବାସୀଙ୍କ ପାଇଁ ଯୋଜନା ଆଣୁଥିଲେ, ସିଏ ସରକାରଙ୍କ ଦୋଷତ୍ରୁଟି ଉପରେ ନଜର୍‌ ରଖିବେ । ଆଜିର ବିଧାୟକ ଦଳ ବୈଠକରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ହିଞ୍ଜିଳିରୁ ବିଧାୟକ ନବୀନ ପଟ୍ଟନାୟକ ବିଜେଡି ବିରୋଧୀ ଦଳ ନେତା ଭାବେ ନିର୍ବାଚିତ ହୋଇଥିବା ସୂଚନା ମିଳିଛି । ସେହିପରି ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ବିରୋଧୀ ଦଳର ଉପନେତା ଭାବେ ଚୟନ କରାଯାଇଛି । ଯାଜପୁର ଜିଲ୍ଲା ବିଂଝାରପୁର ବିଧାୟିକା ପ୍ରମିଳା ମଲ୍ଲୀକ ବିରୋଧୀ ଦଳର ମୁଖ୍ୟ ସଚେତକ ଓ କେନ୍ଦ୍ରାପଡ଼ା ଜିଲ୍ଲା ଆଳି ବିଧାୟକ ପ୍ରତାପ ଦେବ ବିରୋଧୀ ଦଳ ଉପମୁଖ୍ୟ ସଚେତକ ହୋଇଛନ୍ତି । ବୈଠକରେ ବିଜେଡି ଉପସଭାପତି ଦେବୀପ୍ରସାଦ ମିଶ୍ର, ଅତନୁ ସବ୍ୟସାଚୀ ନାୟକ, ଦେବୀ ତ୍ରିପାଠୀ, ରାଜେନ୍ଦ୍ର ଢୋଲକିଆ, ଅଶୋକ ପଣ୍ଡା, ସଂଜୟ ଦାସବର୍ମା, ଶଶିଭୂଷଣ ବେହେରା, ପ୍ରସନ୍ନ ଆଚାର୍ଯ୍ୟ, ପ୍ରତାପ ଦେବ, ପ୍ରମିଳା ମଲ୍ଲିକ, ବିଏମ୍‌ସି ‌ମେୟର ସୁଲୋଚନା ଦାସ ଓ ଅନ୍ୟ ବିଧାୟକମାନେ ଉପସ୍ଥିତ ଥିଲେ । ୨୪ ବର୍ଷ କ୍ଷମତାରେ ରହିବା ପରେ ଏବେ ବିରୋଧୀ ଆସନକୁ ଆସିଛି ବିଜେଡ଼ି ।

Leave A Reply

Your email address will not be published.