ଜମରତଲାରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଜମରତଲା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଦଶମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ରାଜେଶ କୁମାର ଖମାରୀଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନେ ବିଭିନ୍ନ ଯୋଗାଭ୍ୟାସ ପ୍ରଦର୍ଶନ କରିଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ବିଦ୍ୟାଳୟର ଶିକ୍ଷକ ରୂପଧର ନାୟକ, କୁଳମଣି ପ୍ରଧାନ, ନରୋତ୍ତମ ସେଟ ଓ ଭିଷ୍ମଦେବ ବାରିକ ସହଯୋଗ କରିଥିଲେ । ଶେଷରେ ଏକ ସଭା ଅନୁଷ୍ଠିତ ହୋଇ ସୁସ୍ଥ ଶରୀର ପାଇଁ ଯୋଗର ଉପାଦେୟତା ସଂପର୍କରେ ପ୍ରଧାନ ଶିକ୍ଷକ ଛାତ୍ରଛାତ୍ରୀ ମାନଙ୍କୁ ଅବଗତ କରାଇ ପ୍ରତିଦିନ ଏହାକୁ ପାଳନ କରିବା ପାଇଁ ପରାମର୍ଶ ଦେଇଥିଲେ ।

Leave A Reply

Your email address will not be published.