ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ

ବରଗଡ଼, (ସତ୍ୟନାରାୟଣ ପଧାନ) : ବରଗଡ଼ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ମିର୍ଦ୍ଧା ଟପ୍ପୋଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଚଳିତ ବର୍ଷ ଜିଲ୍ଲା ସ୍ତରୀୟ ଜାତୀୟ ଉତ୍ସବ କୋଭିଡ କଟକଣା ପାଳନ ପୂର୍ବକ କେବଳ ପୋଲିସ ଦଳଙ୍କୁ ନେଇ ପାଳନ କରାଯିବାକୁ ସର୍ବସମ୍ମତିକ୍ରମେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ପ୍ୟାରେଡ୍ ଉତ୍ସବ ସୀମିତ ସପ୍ସଖ୍ୟକ ଦର୍ଶକ, ମାକ୍ସ ପରିଧାନ, ସାମାଜିକ ଦୂରତା ଆଦି କୋଭିଡ ନିୟମକୁ କଡ଼ାକଡ଼ି ଭାବେ ପାଳନ କରାଯିବ । ଉକ୍ତ ଦିନ ସକାଳ ସାତଟାରୁ ସାତଟା ତିରିଶ ମିନିଟ ମଧ୍ୟରେ ଜିଲ୍ଲାର ସମସ୍ତ ସରକାରୀ ବେସରକାରୀ ଅଫିସ୍ ଓ ଅନୁଷ୍ଠାନ ଗୁଡ଼ିକରେ ଜାତୀୟ ପତାକା ଉତ୍ତୋଳନ କରିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ରିଜର୍ଭ ପୋଲିସ ଆର ଆଇ ପ୍ୟାରେଡ୍ ପରିଚାଳନା କରିବେ । ଉକ୍ତ ବୈଠକରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ କୃତିବାସ ରାଉତ, ଉପ ଜିଲ୍ଲାପାଳ ପ୍ରଭାତ ଦଣ୍ଡସେନା ଓ ଅନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ । ସଭାକୁ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ପରିଚାଳନା କରିଥିଲେ ।

Leave A Reply

Your email address will not be published.