csstore

ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଅମ୍ବାଭୋନା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶିବିରରେ ଜିଲ୍ଲାପାଳ ଆଦିତ୍ୟ ଗୋଏଲ୍‌ ଏବଂ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସୁଶାନ୍ତ ସିଂ, ବରଗଡ଼ ଉପଜିଲ୍ଲାପାଳ କୁମାର ନାଗଭୂଷଣ, ଜିଲ୍ଲା ପରିଷଦ ସଭ୍ୟା ଶ୍ରୀମତୀ ନୀଳ କୁମାରୀ ନାଏକ ଏବଂ କଳ୍ପନା ପ୍ରଧାନ ଉପସ୍ଥିତ ଥିଲେ । ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ଶିକ୍ଷା, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ଧାନ ବିକ୍ରୀ, ଭତ୍ତା, ରାସ୍ତା ନିର୍ମାଣ ଆଦି ସମାସ୍ୟା ଅଧାରିତ ସମୁଦାୟ ୮୭ ଗୋଟି ଅଭିଯୋଗ ମଧ୍ୟରୁ ୦୧ ଗୋଟି ରେଡ୍‌କ୍ରସ୍, ୫୪ ଗୋଟି ବ୍ୟକ୍ତିଗତ ଏବଂ ୩୨ ଗୋଟି ସାମୁହିକ ସମସ୍ୟାର ଅଭିଯୋଗ ଶୁଣାଣି କରି ଜିଲ୍ଲାପାଳ ଲୋକଙ୍କ ସମସ୍ୟା ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

jayashree
Leave A Reply

Your email address will not be published.