ପୁରୀ ରଥଯାତ୍ରା ସମୟରେ ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ : ୪ ଲକ୍ଷ ଟଙ୍କା ସହାୟତା ଘୋଷଣା

  • ଆହତ ମାନଙ୍କୁ ବିନା ମୂଲ୍ୟରେ ସର୍ବୋତ୍ତମ ଚିକିତ୍ସା ଯୋଗାଇ ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର : ରଥଯାତ୍ରା ସମୟରେ ଭିଡ଼ ଯୋଗୁ ବଲାଙ୍ଗିର ସଇଁତଳାର ଜଣେ ଶ୍ରଦ୍ଧାଳୁ ଲଳିତ ବାଗର୍ତ୍ତୀଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ମୃତ ବ୍ୟକ୍ତିଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୪ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି । ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପାଇଁ ସମବେଦନା ପ୍ରକାଶ କରିଛନ୍ତି । ଏଥିରେ ଆହତ ହୋଇଥିବା ବ୍ୟକ୍ତି ମାନଙ୍କୁ ମାଗଣାରେ ସର୍ବୋତ୍ତମ ଚିକିତ୍ସା ସେବା ଯୋଗାଇ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି ।

Leave A Reply

Your email address will not be published.