ବୃତଙ୍ଗ ଜଳସେଚନ ପ୍ରକଳ୍ପ ପାଇଁ ଚୂଡାନ୍ତ ଜଙ୍ଗଲ ଅନୁମୋଦନ ମିଳିଲା

  • ୧୫୨୪ ହେକ୍ଟର ଜଙ୍ଗଲ ଜମିର ଅଣ ଜଙ୍ଗଲ ବ୍ୟବହାର ପାଇଁ ଅନୁମତି ମିଳିଲା
  • ୨୩ ହଜାର ହେକ୍ଟର ଜମି ହେବ ଜଳସେଚିତ
  • ଉପକୃତ ହେବେ ଦଶପଲ୍ଲା ଓ ନୟାଗଡର ଚାଷୀ ଓ ସାଧାରଣ ଜନତା
  • ମୁଖ୍ୟମନ୍ତ୍ରୀ ତାଙ୍କ ନୂଆଦିଲ୍ଲୀ ଗସ୍ତ ସମୟରେ ଏ ବିଷୟରେ କେନ୍ଦ୍ର ଜଙ୍ଗଲ ବିଭାଗ ମନ୍ତ୍ରୀଙ୍କ ସହିତ ଆଲୋଚନା କରିଥିଲେ
  • ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ଜଙ୍ଗଲ ପରିବେଶ ମନ୍ତ୍ରୀଙ୍କୁ ଧନ୍ୟବାଦ୍ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ନୟାଗଡ଼ ଜିଲ୍ଲାର ବହୁ ପ୍ରତିକ୍ଷିତ ବୃତଙ୍ଗ ଜଳସେଚନ ପ୍ରକଳ୍ପ ପାଇଁ କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଜଙ୍ଗଲ ଜମିରେ ଅଣ ଜଙ୍ଗଲ କାର୍ଯ୍ୟ ପାଇଁ ଚୂଡାନ୍ତ ମଞ୍ଜୁରୀ ଦେଇଛି । ସୂଚନା ଯୋଗ୍ୟ ଯେ, ଦୀର୍ଘ ୩୦ ବର୍ଷ ଧରି ଏହି ଯୋଜନାଟି ଜଙ୍ଗଲ ଅନୁମତି ପାଇଁ ଅପେକ୍ଷା କରିଥିଲା । ଏହି ଅନୁମୋଦନ ପରେ ଜିଲ୍ଲାର କୃଷି ଓ କୃଷକଙ୍କ ହିତ ସାଧନ ପାଇଁ ଏହି ପ୍ରକଳ୍ପଟି ବରଦାନ ସଦୃଶ ହେବ । ୧୫୨୪.୧୭ ହେକ୍ଟର ଅଞ୍ଚଳର ଜଙ୍ଗଲ ଜମିରେ ଜଳସେଚନ ପ୍ରକଳ୍ପ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏଥି ନିମନ୍ତେ ଅନୁମତି ମିଳିଛି । ଏହାଦ୍ୱାରା ବୃତଙ୍ଗ ଜଳସେଚନ ପ୍ରକଳ୍ପରେ ୨୩,୦୦୦ ହେକ୍ଟର ଅଞ୍ଚଳରେ ଜଳସେଚନ ପ୍ରକଳ୍ପ ଆରମ୍ଭ କରାଯାଇ ପାରିବ । ସୂଚନା ଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିକଟରେ ନୂଆଦିଲ୍ଲୀ ଗସ୍ତରେ ଯାଇଥିବା ବେଳେ ଏ ସମ୍ପର୍କରେ କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ସହିତ ଆଲୋଚନା କରିଥିଲ । ମୁଖ୍ୟମନ୍ତ୍ରୀ ଏଥିପାଇଁ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି । ଏଥିପାଇଁ ସମ ପରିମାଣର ଅଣ ଜଙ୍ଗଲ ଅଞ୍ଚଳରେ କ୍ଷତି ପୂରକ ବନୀକରଣ ସହିତ ଅନ୍ୟାନ୍ୟ ନିର୍ଦ୍ଦେଶାବଳୀର ଅନୁପାଳନ କରାଯିବ ।

Leave A Reply

Your email address will not be published.