jsm

ପଦ୍ମପୁରରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

csstore

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶିବିରରେ ଜିଲ୍ଲାପାଳ ଆଦିତ୍ୟ ଗୋଏଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ପଦ୍ମପୁର ଅତିରିକ୍ତ ଜିଲ୍ଲାପାଳ କୃଣାଲ ମୋତିରାମ ଚୌହାନ, ଉପଜିଲ୍ଲପାଳ ଆଲୋକ କୁମାର ପଟ୍ଟେଲ, ବନଖଣ୍ଡ ଅଧିକାରୀ ବିକ୍ରମଦେବ ପଟନାୟକ ଏବଂ ପଦ୍ମପୁର ବିଡିଓ ଚନ୍ଦ୍ରମଣି ନାଗ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ । ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ଶିକ୍ଷା, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ଭତ୍ତା ରାସ୍ତା ନିର୍ମାଣ ଆଦି ସମାସ୍ୟା ଅଧାରିତ ସମୁଦାୟ ୨୯ ଗୋଟି ଅଭିଯୋଗ ମଧ୍ୟରୁ ୨୨ ଗୋଟି ବ୍ୟକ୍ତିଗତ, ୦୬ ଗୋଟି ସାମୁହିକ ଏବଂ ୦୧ ଗୋଟି ରେଡ୍‌କ୍ରସ୍ ଆଧାରିତ ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟା ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିଦ୍ଦେଶ ଦେଇଛନ୍ତ ।

yuvodaya
Leave A Reply

Your email address will not be published.