୫ରୁ ୭ ଦିନ ଯାଏଁ ପ୍ରବଳ ବର୍ଷାରେ ଭିଜିବ ଓଡିଶା : ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର : ଆଗାମୀ ୫ରୁ ୭ ଦିନ ଯାଏଁ ପ୍ରବଳ ବର୍ଷାରେ ଭିଜିବ ଓଡିଶା । ଆସନ୍ତା ୧୯ ତାରିଖରେ ପୁଣି ଆସୁଛି ଆଉ ଏକ ଲଘୁଚାପ । ଯାହାର ପ୍ରଭାବରେ ଭିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ କରାଇଛି ପାଣିପାଗ ବିଭାଗ । ଏନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେଗୁଡିକ ମଧ୍ୟରେ ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି ଏବଂ କୋରାପୁଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଆଗାମୀ ୨୪ ଘଣ୍ଟା ଭିତରେ ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।

Leave A Reply

Your email address will not be published.